ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍‌ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା ଟକ୍କରରେ ଖୁବ୍‌ ସାହସିକତାର ସହ ଭାରତୀୟ ଟିମ୍‌ ପ୍ରଦର୍ଶନ କରିଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି। ଖେଳପ୍ରେମୀଙ୍କୁ ଭାରତୀୟ ହକି ଟିମ୍‌ର ଏହି ପ୍ରୟାସ ଖୁବ୍‌ ଉତ୍ସାହିତ କରିଛି। ସେମିରେ ହାରିବା ପରେ ଏବେ ବ୍ରୋଞ୍ଜ ପଦକ ପାଇଁ ଖେଳିବ ଟିମ୍‌ ଇଣ୍ଡିଆ। ସେଥିପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ ପ୍ରାୟୋଜକ ଅଛି । ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ । ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦୀପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri