Posted inଖେଳ

୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ

ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାତେଇଛି। ଭାରତୀୟ ପୁରୁଷ ହକି ଦଳ ଜର୍ମାନୀକୁ ୫-୪ଗୋଲରେ ହରାଇଛି। ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର ହୋଇଛି। ସୂଚନା ମୁତାବକ ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଶେଷ ଥର ପାଇଁ ଭାରତ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ଆଜି ଟୋକିଓ ଅଲିମ୍ପିକ୍ସରେ ପୁଣି ଥରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଭାରତ ପକ୍ଷରୁ ସିମରନଜୀତ ସିଂହ ବ୍ୟକ୍ତିଗତ ଭାବେ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ, ହରମନପ୍ରୀତ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏ ଗୋଲ କରିଥିଲେ। ଶେଷ ୬.୮ସେକେଣ୍ଡରେ ପେନାଲ୍ଟି କର୍ନରକୁ ପଣ୍ଡ କରିଥିଲେ ଶ୍ରୀଜେଶ।

ତେବେ ଖେଳ ଆରମ୍ଭ ହେବାର ଦ୍ୱିତୀୟ ମିନିଟ୍‌ରେ ଜର୍ମାନୀ ପ୍ରଥମ ଗୋଲ ଦେଇଥିଲା। ଏହାପରେ ଜର୍ମାନୀ ୪ଟି ପେନାଲ୍ଟି କନର୍ର୍ର ମଧ୍ୟ ପାଇଥିଲା। ତେବେ ସେଗୁଡ଼ିକୁ ଗୋଲରେ ପରିଣତ କରିପାରି ନ ଥିଲା। ଭାରତ ପକ୍ଷରୁ ବି କୌଣସି ଗୋଲ ହୋଇ ନ ଥିଲା। ଫଳରେ ପ୍ରଥମ କ୍ୱାର୍ଟରରେ ଭାରତ୦-୧ରେ ପଛୁଆ ରହିଥିଲା। ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ସିମରନଜୀତ ସିଂହ ଏକ ଗୋଲ ଦେଇଥିଲେ। ଆଉ ଏଥିସହ ଦୁଇ ଦଳ ସମାନ ସ୍ଥିତିରେ ପହଞ୍ଚିଥିଲା। କିନ୍ତୁ ଏହାପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ ଦେବାରେ ସଫଳ ହୋଇଥିଲା। ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ ସିଂହ ଗୋଟିଏ ଲେଖାଏଁ ଗୋଲ କରିଥିଲେ। ତୃତୀୟ କ୍ୱାର୍ଟରରେ ରୁପିନ୍ଦର ପଲ ପ୍ରଥମେ ଏକ ଗୋଲ ଦେଇଥିଲେ। ସେ ଏକ ପେନାଲ୍ଟି ଷ୍ଟ୍ରୋକ୍‌କୁୁ ଗୋଲରେ ପରିଣତ କରିବାରେ ସଫଳ ହୋଇଥିଲେ। ଫଳରେ ଦଳ ୪-୩ରେ ଆଗୁଆ ରହିଥିଲା। ପରେ ଦଳ ଆଉ ଏକ ଗୋଲ ଦେବାରେ ସଫଳ ହୋଇଥିଲା। ସିମରନଜୀତ ସିଂହ ଏହି ଗୋଲଟି ଦେଇଥିଲା। ଏହା ସହିତ ତୃତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦଳ ୫-୩ରେ ଆଗୁଆ ରହିଥିଲା। ଚତୁର୍ଥ କ୍ୱାର୍ଟରର ପ୍ରଥମ ୫ ମିନିଟ୍‌ରେ ଜର୍ମାନୀ ଏକ ପେନାଲ୍ଟି କର୍ନରକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହେବା ସହ ମ୍ୟାଚ ୪-୫ ସ୍ଥିତିରେ ରହିଥିଲା। କିନ୍ତୁ ପରେ ଜର୍ମାନୀ ହକି ଦଳ ଆଉ ଗୋଲ କରିବାରେ ସଫଳ ହୋଇ ନ ଥିଲା। ଭାରତ ପକ୍ଷରୁ ବି ଏହି କ୍ୱାର୍ଟରରେ ଆଉ କୌଣସି ଗୋଲ ହୋଇ ନ ଥିଲା। ଆଉ ଶେଷରେ ଭାରତୀୟ ଦଳ ବିଜୟୀ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri