ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଷଢଙ୍ଗୀପଲ୍ଲୀ ଗ୍ରାମର ସଞ୍ଜୟ ଗୌଡ। ତାଙ୍କୁ ଶେରଗଡ଼ କୋର୍ଟ ଚାଲାଣ ପରେ ଆସିକା ଜେଲକୁ ପଠାଇ ଦିଆଯାଇଥିବା ପୋଲିସ କହିଛି।

ପୋଲିସ ସୂଚନା ମୁତାବକ, ସଞ୍ଜୟ ପୀଡିତାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ଅପହରଣ କରି ରାଜ୍ୟ ବାହାରକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିଥିଲେ। ପରେ ମହିଳାଙ୍କୁ ଗାଁକୁ ଯିବା କହି ଝାନ୍ସି ରେଳ ଷ୍ଟେଶନରେ ଏକୁଟିଆ ଛାଡ଼ି ଫେରାର ହୋଇଯାଇଥିଲେ।

ଜୁନ୍‌ ୧୩ରେ ମହିଳାଙ୍କ ସ୍ବାମୀଙ୍କ ଏତଲା କ୍ରମେ ଶେରଗଡ଼ ଥାନା ଆଇଆଇସି ମମତା ସାମନ୍ତରାୟ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଜଣେ ଓଡ଼ିଆ ମହିଳାଙ୍କୁ ଝାନ୍ସି ଜିଆର୍‌ପି ଉଦ୍ଧାର କରି ଶେରଗଡ଼ ପୋଲିସକୁ ଖବର ଦେଇଥିଲା। ଏନେଇ ଶେରଗଡ଼ ପୋଲିସର ଏକ ଟିମ୍‌ ସେଠାରୁ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁରର ଏକ ସର୍ଟ ଷ୍ଟେ ହୋମରେ ରଖିଥିଲା। ଅଭିଯୁକ୍ତ ସଞ୍ଜୟ ରାୟଗଡାରେ ଥିବା ଖବରପାଇ ପୋଲିସ ବୁଧବାର ତାଙ୍କୁ ଗିରଫ କରିଥିଲା। ମହିଳାଙ୍କ ଏତାଲାକୁ ଭିତ୍ତିକରି ପୋଲିସ ଏକ ବଳାତ୍କାର ମାମଲା(ନଂ. ୧୪୨/୨୧) ରୁଜୁ କରିଥିଲା। ପୋଲିସ ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri