ପାଇକ ସଂଗ୍ରହାଳୟ ଏବେ ଭୂତକୋଠି

ଖୋର୍ଦ୍ଧା ଅଫିସ,୬ା୮: ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ଓ ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧଃପତନ ଘଟିଥାଏ ବୋଲି କୁହାଯାଏ। ଯେଉଁ ପାଇକ ପୁଅ ଦିନେ ଇଂରେଜଙ୍କୁ ଧୂଳି ଚଟାଇଥିଲେ ସେହି ବୀର ସନ୍ତାନଙ୍କ କୀର୍ତ୍ତି ଓ କାହାଣୀ ଆଜି କେବଳ ଇତିହାସ ପୃଷ୍ଠାରେ ରହିଯାଇଛି। ଦେଶ ସ୍ବାଧୀନ ହେବା ପରେ ଖୋର୍ଦ୍ଧା ପାଇକ ବୀରଙ୍କ ବୀରତ୍ୱ କାହାଣୀ ଓ ସ୍ମୃତିକୁ ସାଉଁଟିବା ସକାଶେ ରାଜ୍ୟ ସରକାର ଖୋର୍ଦ୍ଧାରେ ଏକ ପାଇକ ସଂଗ୍ରହାଳୟ ନିର୍ମାଣ କରିଥିଲେ। ରକ୍ଷଣାବେକ୍ଷଣ ଅଭାବରୁ ଏହି କୋଠା ଏବେ ଏକପ୍ରକାର ଭୂତକୋଠି ପାଲଟିଛି। କୋଠା ଚାରିପଟେ ଅନାବନା ଗଛଲତା ମାଡ଼ିଗଲାଣି। ଇଂରେଜଙ୍କ ସହିତ ଲଢେଇ କରି ପ୍ରାଣବଳି ଦେଇଥିବା ପାଇକଙ୍କ ବୀରତ୍ୱର ଗାଥା, ସେମାନଙ୍କ ତୈଳଚିତ୍ର, ସେମାନେ ବ୍ୟବହାର କରୁଥିବା ଅସ୍ତ୍ରଶସ୍ତ୍ର, ଖଣ୍ଡା, ବର୍ଚ୍ଛା, ଢାଲ ସମେତ ପ୍ରାଚୀନ କୀର୍ତ୍ତିରାଜି ପ୍ରଭୃତି ଏହି ସଂଗ୍ରହାଳୟରେ ସ୍ଥାନ ପାଇବ ବୋଲି ସ୍ଥିର ହୋଇଥିଲା। ଆଗାମୀ ପୀଢ଼ିିଙ୍କୁ ପାଇକ ବୀରଙ୍କ ବୀରତ୍ୱ ସମ୍ପର୍କରେ ଅବଗତ କରାଇବା ତଥା ଏହି ଜାତିର ଗୌରବକୁ ସମାଜରେ ପ୍ରତିଷ୍ଠିତ କରାଇବା ପାଇକ ସଂଗ୍ରାହଳୟର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ତେବେ ସେହି ମହତ ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ସାକାର ହୋଇପାରିନାହିଁ।
ଖୋର୍ଦ୍ଧ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ପରିସରରେ ସଂଗ୍ରହାଳୟ କୋଠା ରହିଛି। ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସଂଗ୍ରହାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସହ ଶହୀଦ ସ୍ତମ୍ଭ ଉଦ୍‌ଘାଟନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ସଂଗ୍ରହାଳୟ ନିର୍ମାଣ କରାଯାଇଥିଲା। ତେବେ କୌଣସି କାରଣରୁ ଏହି ସଂଗ୍ରହାଳୟ ଏପର୍ଯ୍ୟନ୍ତ ଉଦ୍‌ଘାଟନ ହୋଇପାରିନାହିଁ। କୋଠାରେ ତାଲା ଝୁଲୁଛି। ରକ୍ଷଣାବେକ୍ଷଣ ଅଭାବରୁ ଏହାର ଛାତ, କାନ୍ଥ ଫାଟଥିବାବେଳେ ଝରକା କାଚ ଭାଙ୍ଗିଗଲାଣି। ଲୁହାଫାଟକରେ କଳଙ୍କି ଧରିଲାଣି। କୋଠା ଓ ଶହୀଦ ସ୍ତମ୍ଭ ଚାରିପଟେ ଅନାବନା ଗଛଲତା ମାଡ଼ିଗଲାଣି। ଏଠାରେ ସରୀସୃପ ରହୁଥିବାବେଳେ ଫନୀ ବାତ୍ୟାରେ କୋଠା ନଷ୍ଟ ହୋଇଯାଇଛି। ଦେଶ ମାତୃକା ଲାଗି ପ୍ରାଣବଳି ଦେଇଥିବା ବୀର ପୁରୁଷଙ୍କ ନାଫଳକ ଶହୀଦ ସ୍ତମ୍ଭରେ ଲଗାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ତାହା ମଧ୍ୟ ଆଜିପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ।
ଐତିହ୍ୟ ଗବେଷକ ପ୍ରାଧ୍ୟାପକ ଗୋପାଳକୃଷ୍ଣ ଦାସ କହିଛନ୍ତି, ଭାରତୀୟ ମୁକ୍ତି ସଂଗ୍ରାମରେ ଖୋର୍ଦ୍ଧା ପାଇକ ବୀରଙ୍କ ଅବଦାନ ଅତୁଳନୀୟ। ପାଇକ ବିଦ୍ରୋହକୁ ସ୍ବାଧିନୋତ୍ତର ଭାରତର ପ୍ରଥମ ମୁକ୍ତି ସଂଗ୍ରାମ ମାନ୍ୟତା ମିଳିଛି। ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ପିଣ୍ଡିକି ବାହୁବଳେନ୍ଦ୍ର, ମାଧବ ଚନ୍ଦ୍ର ରାଉତରାୟ, କୃତ୍ତିିବାସ ପାଟଶାଣୀ ପ୍ରମୁଖଙ୍କ ଅବଦାନ ଚିର ସ୍ମରଣୀୟ। ଯେଉଁ ପାଇକଙ୍କ ବୀରତ୍ୱ ଆଗରେ ବିଟ୍ରିଶ ସରକାର ମଥା ନୁଆଁଇଥିଲେ, ସେହି ଲାଲମାଟିର ଗଡ଼ ଖୋର୍ଦ୍ଧା ଆଜି ଅବହେଳିତ। ସେହିପରି ନ୍ୟୁ ଥିଙ୍କିଙ୍ଗ ଫୋରମ ସଭାପତି ନରେନ୍ଦ୍ର ପୃଷ୍ଟି କହିଛନ୍ତି, ୨୦୧୯ ଡିସେମ୍ବର ୮ରେ ବରୁଣେଇ ପାହାଡ଼ ପାଦଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ସ୍ମାରକୀ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ସ୍ମାରକୀ ଲାଗି ଆବଶ୍ୟକ ଜମି ଜବରଦଖଲରେ ରହିଛି। ବାରମ୍ବାର ଦାବି ସତ୍ତ୍ୱେ ଜବରଦଖଲ ଉଚ୍ଛେଦ କରାଯାଇନାହିଁ। ଏପର୍ଯ୍ୟନ୍ତ ପ୍ରସ୍ତାବିତ ସ୍ଥାନରେ ଇଟା ଖଣ୍ଡେ ପଡ଼ିନାହିଁ। ସେହିପରି ବରୁଣେଇ ପାଦଦେଶରେ ରହିଥିବା ଆଉ ଏକ ଶହୀଦ ସ୍ତମ୍ଭ ମଧ୍ୟ ପରିତ୍ୟକ୍ତ ଅବସ୍ଥାରେ ରହିଛି। ଏହାକୁ ପୁନରୁଦ୍ଧାର କରାଯାଉନାହିଁ। ଅନ୍ୟପକ୍ଷରେ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ କହିଛନ୍ତି, ଏହି ସଂଗ୍ରହାଳୟର ପୁନରୁଦ୍ଧାର ଲାଗି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri