‘ସ୍ବତନ୍ତ୍ର ଫୋକସ ଷ୍ଟେଟ୍‌’ ମାନ୍ୟତା ଦାବି ଉଠାଇଲା ବିଜେଡି

ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ୍‌ ମାନ୍ୟତା ନେଇ ପାର୍ଲାମେଣ୍ଟରେ ଶୁକ୍ରବାର ବିଜେଡି ଦାବି ଉଠାଇଛି। ରାଜ୍ୟ ସଭାର ଶୂନ୍ୟକାଳରେ ବିଜେଡି ଏମ୍‌ପି ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରଭାବୀ ଢ଼ଙ୍ଗରେ ଏହି ପ୍ରସଙ୍ଗ ଉପସ୍ଥାପନ କରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶାର ପୂରୁଣା ଦାବିକୁ ଦୋହରାଇଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫୋରମ୍‌ରେ ଓଡ଼ିଶାର ଏହି ନାଯ୍ୟ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ଉପସ୍ଥାପିତ କରିଥିବା ମଧ୍ୟ ସେ ମନେ ପକାଇ ଦେଇଛନ୍ତି। ସସ୍ମିତ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ବିକାଶ ଦିଗରେ ଗତି କରୁଛି। ହେଲେ ଏହି ପ୍ରଗତିରେ ପ୍ରାକୃତିକ ଦୁର୍ବିପାକ ବାଧକ ସାଜୁଛି। ନିୟମିତ ବ୍ୟବଧାନରେ ରାଜ୍ୟ ପ୍ରାକୃତିକ ଦୁର୍ବିପାକର ସାମ୍ନା କରୁଛି। ବାତ୍ୟା ଓ ବନ୍ୟା ରାଜ୍ୟର ଅର୍ଥନୀତିକୁ ବିଗାଡ଼ି ଦେଉଛି। ପ୍ରାକୃତିକ ଦୁର୍ବିପାକ ଭରା ଓଡ଼ିଶାର ଅର୍ଥନୀତି ଅଣ୍ଟା ସଳଖି ଆଗକୁ ବଢ଼ିବା ପାଇଁ ସ୍ବତନ୍ତ୍ର ଫୋକସ୍‌ ରାଜ୍ୟ ମାନ୍ୟତା ନିହାତି ଜରୁରୀ ବୋଲି ସେ ଯୁକ୍ତି ବାଢ଼ିଛନ୍ତି। ସ୍ବତନ୍ତ୍ର ଫୋକସ୍‌ ରାଜ୍ୟ ଭାବେ କେନ୍ଦ୍ରୀୟ ଯୋଜନାରେ ଖର୍ଚ୍ଚ ହେଉଥିବା କେନ୍ଦ୍ର-ରାଜ୍ୟ ଅର୍ଥ ଭାଗର ଆନୁପାତିକ ହାର ବଦଳିବା ଆବଶ୍ୟକ। ପ୍ରାକୃତିକ ବିପର୍ଯ୍ୟୟର ୩ ବର୍ଷ ପର୍ଯ୍ୟନ୍ତ ଏହା ୬୦:୪୦ରୁ ବଦଳି ୯୦:୧୦ ଅନୁପାତ ରହୁ। ଏହି ୩ ବର୍ଷ କେନ୍ଦ୍ର ସରକାର ୯୦% ପାଣ୍ଠି ବହନ କରନ୍ତୁ ବୋଲି ସେ ଦାବି କରିଛନ୍ତି। ବର୍ତ୍ତମାନ କେନ୍ଦ୍ରୀୟ ଯୋଜନାରେ କେନ୍ଦ୍ର ସରକାରଙ୍କୁ ୬୦% ଏବଂ ରାଜ୍ୟ ସରକାରଙ୍କୁ ୪୦% ପାଣ୍ଠି ଦେବାର ନିୟମ ରହିଛି। ବାସ୍ତବରେ ଯୋଜନା କାର୍ଯ୍ୟାନ୍ବୟନ ପାଇଁ ରାଜ୍ୟ ସରକାରଙ୍କ ପ୍ରଶାସନିକ ବ୍ୟୟକୁ ମିଶାଇଲେ କେନ୍ଦ୍ର ଓ ରାଜ୍ୟ ପାଣ୍ଠି ଅନୁପାତ ୫୦:୫୦ ରହୁଛି। ତେଣୁ ପ୍ରାକୃତିକ ବିପର୍ଯ୍ୟୟର ୩ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରୀୟ ଯୋଜନାରେ ରାଜ୍ୟର ଖର୍ଚ୍ଚ ଭାଗ ୧୦% ରଖାଗଲେ ଏହି ବଳକା ଅର୍ଥ ପ୍ରଭାବିତ ଅଞ୍ଚଳରେ ଭିତ୍ତିଭୂମି ଓ ପୁନଃନିର୍ମାଣ କାର୍ଯ୍ୟରେ ଲଗାଯାଇପାରିବ ବୋଲି ସସ୍ମିତ ଦର୍ଶାଇଛନ୍ତି। ଏହି ପ୍ରସଙ୍ଗକୁ କେନ୍ଦ୍ର ସରକାର ଗୁରୁତ୍ୱର ସହ ଗ୍ରହଣ କରିବାକୁ ସେ ଅନୁରୋଧ କରିଛନ୍ତି। କେବିକେ ଅଞ୍ଚଳର ସମସ୍ୟା ନେଇ ମଧ୍ୟ ସସ୍ମିତ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri