Posted inଖେଳ

୨୦୧୬ରେ ସଙ୍କେତ ଦେଇଥିଲେ ଗୋଲ୍ଡେନ ବୟ

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ପାଇଁ ଏକମାତ୍ର ସ୍ବର୍ଣ୍ଣ ପଦକ ଜିତିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଟ୍ରାକ ଓ ଫିଲ୍ଡ ଇଭେଣ୍ଟରେ ଅଲିମ୍ପିକ୍ସ ପଦକ ଜିତିବାରେ ୨୩ ବର୍ଷୀୟ ନୀରଜ ପ୍ରଥମ ଭାରତୀୟ। ଏହି ବୃହତ୍‌ ସଫଳତା ହାତେବାର ୫ ବର୍ଷ ପୂର୍ବରୁ ସେ ଆସିଥିଲେ ଚର୍ଚ୍ଚାକୁ।

୨୦୧୬ରେ ୨୦ ବର୍ଷରୁ କମ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହି ବର୍ଷ ଆୟୋଜିତ ସାଉଥ୍‌ ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ଓ ଏସିଆନ ଜୁନିୟର ଚାମ୍ପିୟନଶିପ୍‌ରେ ହାତେଇଥିଲେ ରୌପ୍ୟ ପଦକ। ଏସିଆନ ଗ୍ରାଁ ପ୍ରିର ପ୍ରତ୍ୟେକ ଇଭେଣ୍ଟର ପୋଡିୟମରେ ସ୍ଥାନ ପାଇଥିଲେ ନୀରଜ। ୨୦୧୭ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପରେ ମଧ୍ୟ ଜାରି ରହିଥିଲା ଗୋଲ୍ଡେନ ବୟଙ୍କ ସ୍ବର୍ଣ୍ଣିମ କ୍ୟାରିୟର। ମାତ୍ର ବିଶ୍ୱ ଚାମ୍ପିୟନଶିପ୍‌ରେ ତାଙ୍କୁ ବିଫଳତାର ସ୍ବାଦ ଚାଖିବାକୁ ପଡ଼ିଥିଲା। ୨୦୧୮ରେ ଏସିଆନ ଗେମ୍ସ ଓ କମନଓ୍ବେଲ୍‌ଥ ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇ ଥିଲେ। ଅଲିମ୍ପିକ୍ସର ସ୍ବର୍ଣ୍ଣିମ ଅଧ୍ୟାୟ ପୂର୍ବରୁ ନୀରଜଙ୍କ ଉପରୋକ୍ତ ସଫଳତା ଥିଲା ପୂର୍ବ ସୂଚନା। ଗତ ବର୍ଷ ୨୦୨୦ରେ ଫିନଲାଣ୍ଡରେ ଖେଳାଯାଇଥିବା ଏକ ଇଭେଣ୍ଟରେ ସେ ହାସଲ କରିଥିଲେ ଅଲିମ୍ପିକ୍ସ ଲାଗି ଯୋଗ୍ୟତା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri