ପଦ୍ମିନୀ କେୟାର ହସ୍ପିଟାଲ ଉଦ୍‌ଘାଟିତ

କଟକ ଅଫିସ, ୮ା୮: ପଦ୍ମିନୀ ରଥଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ କଟକ ଜିଲା ଟାଙ୍ଗୀସ୍ଥିତ ଡ୍ରିମ୍‌ସ ପରିସରରେ ସ୍ଥାପିତ ୪୦୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେଶିଆଲିଟି ପଦ୍ମିନୀ କେୟାର ହସ୍ପିଟାଲ ଶନିବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରି ହସ୍ପିଟାଲର ପ୍ରତିଷ୍ଠାତା, କାର୍ଯ୍ୟରତ ଡାକ୍ତର ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଜନସାଧାରଣଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ପଦ୍ମିନୀ କେୟାର ହସ୍ପିଟାଲ ବିଶେଷ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ସେ କହିଥିଲେ, ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଉନ୍ନତି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଘରୋଇ ଉଦ୍ୟମରେ ଏଭଳି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ ଦ୍ୱାରା ଆମ ଲୋକ ଅଧିକ ଉପକୃତ ହେବେ। ଡ୍ରିମ୍ସ ଅଧ୍ୟକ୍ଷ ପ୍ରମୋଦ ଚନ୍ଦ୍ର ରଥଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଗ୍ରାମାଞ୍ଚଳରେ ଏଭଳି ଏକ ଉନ୍ନତମାନର ହସ୍ପିଟାଲ ସ୍ଥାପନ ଅତ୍ୟନ୍ତ ଗୌରବର ବିଷୟ। ମୁଖ୍ୟମନ୍ତ୍ରୀଙ୍କ ନିରନ୍ତର ପ୍ରଚେଷ୍ଟା ଓ ପଦକ୍ଷେପ ଦ୍ୱାରା ରାଜ୍ୟର ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ଉପଲବ୍ଧ ହୋଇପାରିଛି। ଏଥିରେ ସମ୍ମାନିତ ଅତିଥି ଭାବେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଡିଏମ୍‌ଇଟି ପ୍ରଫେସର ସିବିକେ ମହାନ୍ତି, ପ୍ରଫେସର ପ୍ରସନ୍ନ କୁମାର ଦାଶ, ସହକାରୀ ଡିଏମ୍‌ଇଟି ଡା. ବ୍ରଜକିଶୋର ଦାସ ବକ୍ତବ୍ୟ ପ୍ରଦାନ କରିଥିଲେ। ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡା. ଜ୍ୟୋତି ପ୍ରକାଶ ପରିଜା ସ୍ବାଗତ ଭାଷଣ ଓ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର ଧନ୍ୟବାଦ ଦେଇଥିଲେ। ପ୍ରାଧ୍ୟାପିକା ଡ. କ୍ରିଷ୍ଣାପ୍ରଦା ଦାଶ ଓ ଲୀନା ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏଥିରେ ହସ୍ପିଟାଲର ଅଧ୍ୟକ୍ଷ ଇଂ. ଦୁର୍ଗାପ୍ରସାଦ ରଥ, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସତ୍ୟବ୍ରତ ଛୋଟରାୟ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଉମେଶ ରାୟ, ଡା. ଶକ୍ତିପ୍ରସାଦ ସାହୁ, ଅବସରପ୍ରାପ୍ତ ପ୍ରଶାସକ ପ୍ରଫୁଲ୍ଲ ଚନ୍ଦ୍ର ରଥ ଓ ପ୍ରଦୀପ୍ତ ଚନ୍ଦ୍ର ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri