ଖୁସି ଖବର, କୋଭାକ୍ସିନ୍‌-କୋଭିଶିଲ୍ଡ ମିଶ୍ରିତ ଡୋଜ୍‌ ପ୍ରଭାବଶାଳୀ..

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରକଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସେରମ୍‌ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭିଶିଲ୍ଡର ମିଶ୍ରିତ ଡୋଜ୍‌ କରୋନା  ବିରୋଧରେ ବେଶ୍‌ ପ୍ରଭାବଶାଳୀ। ଏନେଇ ଗବେଷକଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ କୁହାଯାଇଛି ଯେ, କୋଭାକ୍ସିନ ଏବଂ କୋଭିଶିଲ୍ଡର ମିଶ୍ରିତ ଟିକା ପରୀକ୍ଷାରୁ ସୁଫଳ ମିଳିଛି। ଦୁଇଟି ଭିନ୍ନ ଭିନ୍ନ ଟିକାର ଡୋଜ୍‌ ସୁରକ୍ଷିତ ଏବଂ ଏହାକୁ ନେଲେ ଶରୀରରେ କରୋନା ମହାମାରୀ ଭୂତାଣୁ ବିରୋଧରେ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ସୃଷ୍ଟି ହୋଇଥାଏ।
ଗବେଷଣାର ଅନ୍ତିମ ରିପୋର୍ଟର ଫଳାଫଳ ଭଲ ମିଳିଲେ, ସରକାର କୋଭାକ୍ସିନ ଏବଂ କୋଭିଶିଲ୍ଡର ମିଶ୍ରିତ ଡୋଜ୍‌ ପ୍ରଦାନକୁ ମଞ୍ଜୁରୀ ଦେବାର ଯଥେଷ୍ଟ ସମ୍ଭାବନା ରହିଛି। ସେଣ୍ଟ୍ରାଲ ଡ୍ରଗ ଅଥରିଟି ଅଫ ଇଣ୍ଡିଆର ଏକ ବିଶେଷଜ୍ଞ କମିଟି ଭେଲୋରରେ ଥିବା ଖ୍ରୀଷ୍ଟିଆନ ମେଡିକାଲ କଲେଜ (ସିଏମସି) କୁ କୋଭାକ୍ସିନ ଏବଂ କୋଭିଶିଲ୍ଡର ମିଶ୍ରିତ ଟିକାର କ୍ଲିନିକାଲ ପରୀକ୍ଷା କରିବାକୁ ଅନୁମତି ଦେବାକୁ ଏକ ପରାମର୍ଶ ପ୍ରସ୍ତାବ ଜାରି କରିଥିଲେ। ଏହାର ପରୀକ୍ଷା ୩୦୦ ସ୍ବେଚ୍ଛାସେବୀଙ୍କଠାରେ ପ୍ରୟୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri