Posted inଖେଳ

ଅଲିମ୍ପିକ୍ସ ପଦକ ବିଜେତାଙ୍କ ଘର ବାହୁଡା

ଭୁବେନଶ୍ୱର,୧୦।୮ : ଟୋକିଓ ଅଲିମ୍ପିକ୍ସ ଦମ୍‌ଦାର ପ୍ରଦର୍ଶନ କରିଥିତ୍ବା ଓଡ଼ିଆ ପୁରୁଷ ଓ ମହିଳା ହକି ଖେଳାଳିମାନେ ମଙ୍ଗଳବାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ବ୍ରୋଞ୍ଜ ପଦକ ବିଜେତା ପୁରୁଷ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ଏବଂ ମହିଳା ହକି ଦଳର ସଦସ୍ୟା ଦୀପଗ୍ରେସ୍‌ ଏକ୍କା ଓ ନମିତା ଟପୋ ଘରବାହୁଡା କରିଛନ୍ତି। ଏହି ଖେଳାଳିମାନେ ମଙ୍ଗଳବାର ରାତି ୮.୩୦ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲେ। ସେମାନଙ୍କୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା ଓ ଓଡ଼ିଶା ହକି ପ୍ରମୋଶ କାଉନସିଲ ଚେୟାର ମ୍ୟାଚ୍‌ ତଥା କିମ୍ବଦନ୍ତୀ ହକି ଖେଳାଳି ଦିଲୀପ ତିର୍କୀ।

୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ଉଭୟ ପୁରୁଷ ଓ ମହିଳା ଦଳର ପ୍ରାୟୋଜକ ଓଡ଼ିଶା ଅଲିମ୍ପିକ୍‌ ସଫଳତା ବିଶେଷ ମହତ୍ତ୍ୱ ରଖୁଛି। ଆମ ରାଜ୍ୟର ଖେଳାଳିମାନେ ଅନ୍ତର୍ଜାତୀୟ ସ୍ତରରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି। ଏମାନଙ୍କୁ ନେଇ ଆମେ ଗର୍ବିତ। ହକିର ନୂଆ ଯୁଗ ଆରମ୍ଭ ହୋଇଛି। ଆମର ଅଲିମ୍ପିଆନ ମାନେ ଯୁବ ହକି ଖେଳାଳିଙ୍କୁ ପ୍ରେରଣା ଯୋଗାଇଛନ୍ତି। ଆଗାମୀ ଦିନରେ ହକି ନୂଆ ସୋପାନରେ ପହଞ୍ଚିବ ବୋଲି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri