ଜମି ଫାଟି ଆଁ : ଚିନ୍ତାରେ ଚାଷୀ

ତେଲକୋଇ, ୧୧।୮(ଡି.ଏନ.ଏ.): ଚାଷୀ ବହୁଳ ତେଲକୋଇ ଅଞ୍ଚଳରେ ବର୍ଷାର ଅଭାବ ଯୋଗୁ ଅଧିକାଂଶ ଜମି ଶୁଖିଲା ପଡିଛି । ଧାନ, ରୁଆ ବିହୁଡା ଅଧାରେ ରହିଛି। ଚାଷୀ ମାନେ ଧାର କରଜ କରି ଧାନ ବିହନ, ସାର, ଔଷଧ ଆଣିଥିବାରୁ ଏବେ ଚିନ୍ତାରେ ପଡିଛନ୍ତି। ମୌସମୀ ବର୍ଷା ଓ ଲଘୁଚାପ ବର୍ଷା ଏହି ଅଞ୍ଚଳରେ ଏଯାଏ ସକ୍ରିୟ ହୋଇପାରିନାହିଁ। କୃଷି ବିଭାଗ ସୂଚନା ଅନୁଯାୟୀ ଏହି ଅଞ୍ଚଳରେ ୧୬ ହଜାର ହେକ୍ଟରରୁ ଅଧିକା ଚାଷ ଜମି ରହିଛି। ସେହିପରି ୧୨ଟି କ୍ଷୁଦ୍ର ଜଳସେଚନ ରହିଛି। ଏହି ଅଞ୍ଚଳର ଚାଷୀମାନେ ପ୍ରାୟତଃ ଚାଷ ଉପରେ ନିର୍ଭର କରିଥାନ୍ତି ।୨୦୧୯-୨୦ ମସିହାରେ ଅଗଷ୍ଟ ମାସ ସୁଦ୍ଧା ୪୪ ମି.ମି. ବର୍ଷା ହୋଇଥିବା ବେଳେ ଚଳିତ ବର୍ଷ ମାତ୍ର ୨୨ ମି.ମି. ବର୍ଷା ହୋଇଥିବା କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜମିରେ ପାଣି ନ ଥିବାରୁ ଚାଷ କାମ କରି ହେଉନାହିଁ ବୋଲି ଚାଷୀ ଭଦ୍ରସେନ ପ୍ରଧାନ କହିଛନ୍ତି। ସେପଟେ ବର୍ଷାର ଅଭାବ ଯୋଗୁ କ୍ଷୁଦ୍ର ଜଳସେଚନ ଭଣ୍ଡାରରେ ପାଣିର ଅଭାବ ପାଇଁ ଚାଷୀ ମାନେ ମଧ୍ୟ ଜଳସେଚନରୁ ବଞ୍ଚିତ ହେଉଛନ୍ତି। ଏ ସମ୍ପର୍କରେ କୃଷି ବିଭାଗ ଅଧିକାରୀ ଭୁବନେଶର ହାଁସଦା କହିଛନ୍ତି ବର୍ଷାର ଅଭାବ ଯୋଗୁ ଚାଷୀ ପ୍ରଭାବିତ ହୋଇଛନ୍ତି। ଆଗାମୀ ସପ୍ତାହରେ ବର୍ଷା ନ ହେଲେ ଚାଷୀଙ୍କ ସମସ୍ୟା ହେବା ଆଶଙ୍କା ଦେଖାଦେଇଛି। ଏ ନେଇ ପ୍ରତି ସପ୍ତାହରେ ଚାଷ ଉପରେ ଆମ ବିଭାଗ ପକ୍ଷରୁ ଜିଲା କୃଷି ବିଭାଗକୁ ଅବଗତ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri