Posted inଜାତୀୟ

ଲୋକ ସଭା କାର୍ଯ୍ୟକାଳ ଶେଷ ହେବା ପରେ ମୋଦି-ଶାହା-ସୋନିଆଙ୍କ ସହ ବୈଠକ କଲେ ବାଚସ୍ପତି

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ବୁଧବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯିବା ପରେ ବାଚସ୍ପତି ଓମ ବିର୍ଲା ଏକ ବୈଠକ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀ ସାମିଲ ହୋଇଥିଲେ। ଲୋକ ସଭା ସ୍ଥଗିତ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଓ ଅମିତ ଶାହା ବାଚସ୍ପତି ଓମ ବିର୍ଲାଙ୍କୁ ଭେଟିଥିଲେ। ଏହି ବୈଠକ ବାଚସ୍ପତି ଓମ ବିର୍ଲାଙ୍କ ଚାମ୍ବରରେ ଅନୁଷ୍ଠିତ ହୋଇଥିଲା। ସେହିପରି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ କଂଗ୍ରେସ ନେତା ଅଧୀର ରଞ୍ଜନ ମଧ୍ୟ ବାଚସ୍ପତିଙ୍କୁ ସାକ୍ଷାତକାର କରିଥିଲେ। ଏତଦ୍‌ ବ୍ୟତୀତ ତୃଣମୂଳ କଂଗ୍ରେସ(ଟିଏମ୍‌ସି), ଅକାଳୀ ଦଳ, ଓ୍ବାଇଏସ୍‌ଆରସିପି, ବିଜେଡି ସମେତ ଅନେକ ବିରୋଧୀ ଦଳର ନେତା ମଧ୍ୟ ବାଚସ୍ପତିଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ। ଉକ୍ତ ବୈଠକରେ ଲୋକ ସଭା ବାଚସ୍ପତି ସମସ୍ତ ଦଳର ନେତାମାନଙ୍କୁ ଭବିଷ୍ୟତରେ ଗୃହରେ ଆଲୋଚନା ଏବଂ ସଂଳାପକୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ। ଆଲୋଚନା ଏବଂ ସଂଳାପ ମାଧ୍ୟମରେ ହିଁ ଜନସାଧାରଣଙ୍କ କଲ୍ୟାଣ ହୋଇପାରିବ। କାରଣ ଆଲୋଚନା ଦ୍ୱାରା ହିଁ ଜନସାଧାରଣଙ୍କ ସମସ୍ୟା ଦୂର ହେବ ବୋଲି ଓମ୍‌ ବିର୍ଲା କହିଛନ୍ତି। ସୂଚନାଯୋଗ୍ୟ, ମୌସୁମୀ ଅଧିବେଶନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ୨ଦିନ ପୂର୍ବରୁ ବୁଧବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ପେଗାସସ ଗୁପ୍ତଚର ମାମଲା, ୩ କେନ୍ଦ୍ରୀୟ କୃଷି ଆଇନ ପ୍ରତ୍ୟାହାର ଦାବି ସହ ଅନ୍ୟ ପ୍ରସଙ୍ଗରେ ବିରୋଧୀଙ୍କ ହୋହାଲ୍ଲା ଯୋଗୁ ଗୃହ ସଠିକ୍‌ ଭାବେ ଚାଲିପାରି ନ ଥିଲା। ଏଥିଯୋଗୁ ସମଗ୍ର ଅଧିବେଶନରେ ସଦନ କାର୍ଯ୍ୟ ବ୍ୟାହତ ହେବା ସହ ଗୃହକାର୍ଯ୍ୟ କେବଳ ୨୨ପ୍ରତିଶତ ହୋଇଛି ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri