ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ

ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା। ପରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଥିଲା। ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ମୁଖ୍ୟରାସ୍ତା ଉପରେ ଅଣ୍ଟାଏ ଉଚ୍ଚର ପାଣି ଚାଲୁଥିବା ବେଳେ ସଡ଼କ ପାର୍ଶ୍ୱରେ ଥିବା ଦୋକାନଗୁଡ଼ିକରେ ପଶି ଲକ୍ଷାଧିକ ଟଙ୍କାର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଯାଇଛି।
ସହରର ମୁଖ୍ୟ ଆଜିମାବାଦ ରାସ୍ତା, ଗଡ଼ଗଡ଼ିଆ, ଜେଲରୋଡ୍‌, କଂଗ୍ରେସଗଳି, ରାଣୀପାଟଣା, ମୋତିଗଞ୍ଜ ବଜାର, ଫାଣ୍ଡିଛକର ନ୍ୟୁ ମାର୍କେଟ୍‌, ଚିଡ଼ିଆପୋଲ ନିକଟସ୍ଥ ଦୋକାନ, ବସ୍‌ଷ୍ଟାଣ୍ଡରୁ ରେମୁଣା ରାସ୍ତା, ମାନସିଂବଜାର, ଏଡିଏମ୍‌ ଛକରୁ ଟେକ୍ନିକାଲ ପଡ଼ିଆ ରାସ୍ତା, ଗୋପାଳଗଁା ପ୍ରମୁଖ ରାସ୍ତାରେ ପାଣି ସୁଅ ଦେଖିବାକୁ ମିଳିଥିଲା। ମହାନାଳ ଓ ନାଳକୁ ଠିକ୍‌ ଭାବେ ସଫା କରାଯାଇ ନ ଥିବାରୁ ବାରମ୍ବାର ବର୍ଷାରେ ଏଭଳି ସ୍ଥିତି ସୃଷ୍ଟି ନେଇ ଅଭିଯୋଗ ହେଉଛି। ଦମକଳ ବାହିନୀ କେତେକ ସ୍ଥାନରେ ଜଳ ନିଷ୍କାସନ କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ପ୍ରଶାସନିକ ଅଧିକାରୀମାନେ କେତେକ ସ୍ଥାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri