୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୧୯୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୭ ହଜାର ୯୮୭ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୯ ହଜାର ୬୬୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୨ କୋଟି ୩୬ ଲକ୍ଷ ୭୧ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୭୩ ଲକ୍ଷ ୭୦ ହଜାର ୧୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୨୧ ଲକ୍ଷ ୨୪ ହଜାର ୯୫୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୨ ଲକ୍ଷ ୬୦ ହଜାର ୫୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୦ ଲକ୍ଷ ୭୭ ହଜାର ୭୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri