ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା ସହ ପୋଲିସକୁ ମାଡ଼ ମାରିଛନ୍ତି ା ଏପରି ଅଭିଯୋଗରେ ରାଜକନିକା ପୋଲିସ ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର କର୍ମକର୍ତ୍ତା କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ସନ୍ତସରା ଗ୍ରାମର ଫାର୍ମ ହାଉସରୁ ଗିରଫ କରିଛନ୍ତି। ଏଥିସହିତ ଗୁରୁବାର ବିଳମ୍ବିତ ରାତିରେ ଏହି ଅଞ୍ଚଳର ବିଭିନ୍ନ ଗ୍ରାମରୁ ୨୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଠାଇ ନିଆଯାଇଛି ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ବରୁଣାଡିହା ସଂଘର୍ଷକୁ ନେଇ ରାଜକନିକା ଥାନାରେ ଆନ୍ଦୋଳନକାରୀଙ୍କ ବିରୋଧରେ ୨୮୫/୨୧ରେ ପୋଲିସ ପକ୍ଷରୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri