Posted inଖେଳ

ଦିନକରେ ପଡ଼ିଲା ୧୦ ଉଇକେଟ୍‌

ଲଡର୍‌ସ, ୧୩।୮- ଲଡର୍‌ସ ଟେଷ୍ଟ ପ୍ରଥମ ଦିନରେ ମାତ୍ର ୩ ଉଇକେଟ ପଡ଼ିଥିବାବେଳେ ଦ୍ୱିତୀୟ ଦିନ ପଡ଼ିଛି ୧୦ ଉଇକେଟ। ପୂରା ଦିନରେ ବୋଲରମାନେ ରାଜୁତି କରିଥିଲେ। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୨୭୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆ ୩୬୪ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ମାତ୍ର ୮୮ ରନ୍‌ରେ ଭାରତୀୟ ଦଳ ଅନ୍ତିମ ୭ ଉଇକେଟ ହରାଇଥିଲା। ଜିମ୍ମି ଆଣ୍ଡରସନ ୫ ଉଇକେଟ ସଫଳତା ହାତେଇଥିଲେ। ଜବାବରେ ଇଂଲଣ୍ଡକୁ ଆରମ୍ଭରୁ ଲଗାତାର ଦୁଇଟି ଝଟ୍‌କା ଦେଇଥିଲେ ଭାରତୀୟ ପେସର ମହମ୍ମଦ ସିରାଜ। ଏହାପରେ ଜୋ ରୁଟ୍‌ (୪୮) ଓ ରୋରି ବନର୍‌ସ ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୮୫ ରନ୍‌। ଦିନର ଶେଷ ଆଡ଼କୁ ବନର୍‌ସ (୪୯)ଙ୍କୁ ପ୍ୟାଭେଲିଅନ ପଠାଇଥିଲେ ମହମ୍ମଦ ଶାମି। ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଇଂଲଣ୍ଡ ୩ ଉଇକେଟ ହରାଇ ୧୧୯ ରନ୍‌ କରିଛି। ଘରୋଇ ଦଳ ଭାରତ ଠାରୁ ୨୪୫ ରନ୍‌ ପଛରେ ଥିବାବେଳେ ହାତରେ ଅଛି ୭ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri