୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶଙ୍କୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ୱେବ୍‌ ପୋର୍ଟାଲର ନିର୍ଦ୍ଦେଶକ ସୁଧାଂଶୁ ଶେଖର ରାଉତଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗତ ୩ ତାରିଖରେ ଦୂତୀଙ୍କ ବିରୋଧରେ ତାଙ୍କ ବାପା, ମା, ବଡ ଭଉଣୀ ପ୍ରେସ୍‌ ବିବୃତି ମାଧ୍ୟମରେ ଅଭିଯୋଗ କରିଥିଲେ। ଏନେଇ ୪ ତାରିଖ ସନ୍ଧ୍ୟାରେ ଉକ୍ତ ପୋର୍ଟାଲର ଖବରଦାତା ଦୂତୀଙ୍କ ମତାମତ ନେବା ପାଇଁ ଯୋଗାଯୋଗ କରିଥିଲେ। ହେଲେ ଦୂତୀ ତାଙ୍କୁ ଗାଳିଗୁଲଜ କରିବା ସହ ମିଛ କେସ୍‌ରେ ଜେଲ୍‌ରେ ପୂରାଇଦେବେ ବୋଲି କହିଥିଲେ। ସେହିପରି ମୋବାଇଲ ହ୍ବାଟ୍ସଆପ୍‌ ଚାଟ୍‌ ମାଧ୍ୟମରେ ମଧ୍ୟ ଧମକ ଦେଇଥିଲେ। ଦୂତୀ ଜଣେ ପ୍ରତିଷ୍ଠିତ ଆଥ୍‌ଲେଟ୍‌ ହୋଇଥିବାରୁ ପୋର୍ଟାଲର କାର୍ଯ୍ୟକର୍ତ୍ତାମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ସେମାନଙ୍କର କିଛି ହୁଏ, ତେବେ ଦୂତୀ ଦାୟୀ ରହିବେ ବୋଲି ୪ ତାରିଖରେ ସୁଧାଂଶୁ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ଗତ ୭ ତାରିଖରେ ସେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାସତ୍ତ୍ୱେ କିଛି ପଦକ୍ଷେପ ନିଆ ନ ଯିବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri