Posted inରାଜ୍ୟ

୧୯ରୁ ଭାଜପାର ଦେଶବ୍ୟାପୀ ‘ଜନ ଆଶୀର୍ବାଦ ଯାତ୍ରା’

ଭୁବନେଶ୍ୱର,୧୫ା୮(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସମସ୍ତ ରାଜ୍ୟର ପ୍ରତିନିଧି ଓ ସମସ୍ତ ସମ୍ପ୍ରଦାୟର ପ୍ରତିନିଧି ସ୍ଥାନ ପାଇଛନ୍ତି । ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀମାନେ ଦେଶର ପ୍ରାୟ ୨୧୨ଟି ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡିବେ। ଏହି ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ଯାଏ ଚାଲିବ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ମଧ୍ୟ ଅବଗତ କରିବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଜନ ଆଶୀର୍ବାଦ ଯାତ୍ରା ଅବସରରେ ଆସନ୍ତା ୧୯ ତାରିଖରେ ଓଡ଼ିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ୩ ଦିନିଆ ଗସ୍ତରେ ଆସୁଛନ୍ତି । ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ସିଧାସଳଖ ପୁରୀ ଗସ୍ତ କରି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହା ପରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାଯର୍‌ୟାଳୟରେ ଖବରଦାତା ସମ୍ମିଳନୀରେ ଯୋଗଦେବେ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ୧୯ ତାରିଖ ସନ୍ଧ୍ୟାରେ ରେଳ ଯୋଗେ ରାୟଗଡା ଗସ୍ତ କରିବେ । ୨୦ ତାରିଖ ସକାଳୁ କୋରାପୁଟ ଗସ୍ତ କରି ରାତ୍ରିଯାପନ କରିବେ। ୨୧ ତାରିଖରେ ଜୟପୁର, ନବରଙ୍ଗପୁର ଦେଇ ଗସ୍ତ କରି ଭବାନୀପାଟଣାରେ ରାତ୍ରିଯାପନ କରିବେ । ୨୨ ତାରିଖରେ ସେ କେସିଙ୍ଗା, ଟିଟିଲାଗଡ, କଣ୍ଟାବାଞ୍ଜି, ପାଟଣାଗଡ ଦେଇ ବଲାଙ୍ଗୀରଠାରେ ପହଞ୍ଚିବେ । ୨୨ ତାରିଖ ସନ୍ଧ୍ୟାରେ ବୈଷ୍ଣବ ବଲାଙ୍ଗୀରରୁ ଭୁବନେଶ୍ୱର ଫେରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ଏହି ଜନ ଆଶୀର୍ବାଦ ଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ୭ ଜିଲା, ୬ ଲୋକ ସଭା ଅଞ୍ଚଳରେ ୧୧୫ଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ସଭା ଓ କାଯର୍‌ୟକ୍ରମରେ ଯୋଗଦେବେ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଜିଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ । ଅନ୍ୟତମ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥ ଥିବା କାରଣରୁ ତାଙ୍କ କାଯର୍‌ୟକ୍ରମ ସ୍ଥିର ହୋଇନାହିଁ । କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସୁପରିଚାଳିତ କରିବା ପାଇଁ ଏକ ଟିମ୍‌ ଗଠନ କରାଯାଇଛି । ଏହି ଟିମ୍‌ରେ ରାଜ୍ୟ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ରବି ନାଏକ, ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ ପ୍ରମୁଖ ଅଛନ୍ତି ବୋଲି ମହାପାତ୍ର ସୂଚନା ଦେଇଛନ୍ତିା ଏହି ଖବରଦାତା ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଏବଂ ସୁଜିତ୍‌ ଦାସ୍‌ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri