ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

ଅମରପାଲି,୧୫।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ ରବିବାର ଇସ୍ତଫା ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସନ୍ତୋଷ ଏହି ଘୋଷଣା କରିଛନ୍ତି। ବ୍ୟକ୍ତିଗତ ଓ ଘରୋଇ କାରଣ ଯୋଗୁ ବ୍ଲକ ଅଧ୍ୟକ୍ଷ ପଦ ଛାଡିଥିବା ସେ ପ୍ରକାଶ କରିଛନ୍ତି ।

ସୂଚନା ଯୋଗ୍ୟ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସେ ପତାକା ଉତ୍ତୋଳନ କରିଥିଲେ। ଏପର କି ଭାଜପା ଯୁବମୋର୍ଚ୍ଚା ସଭାପତି ଭାବେ ସ୍ବାଧୀନତା ଦିବସ ଅବସରରେ ସେ ଗଣଦୌଡ କାର୍ଯ୍ୟକ୍ରମ ଆୟୋଜନ କରାଇଥିଲେ। ଏହି ସମସ୍ତ କାର୍ଯ୍ୟ ସାରି ହଠାତ୍‌ ଏକ ଖବରଦାତା ସମ୍ମିଳନୀ କରି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ପଦବୀରୁ ସେ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି। ଭାଜପା ତାଙ୍କୁ ଜିଲା ଯୁବ ମୋର୍ଚ୍ଚା ସଭାପତି ଭାବରେ ଗୁରୁଦାୟିତ୍ୱ ଦେଇଥିବାରୁ ଦଳର ଜଣେ ସୃଙ୍ଖଳିତ ସଦସ୍ୟ ଭାବେ ଜିଲା ଓ ରାଜ୍ୟ ପଦାଧିକାରୀଙ୍କୁ ସାକ୍ଷାତ କରି ମତାମତ ଜଣାଇବି ବୋଲି ସେ କହିଛନ୍ତି । ଏହା ସହିତ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନରେ କୌଣସି ପଦ ପାଇଁ ପ୍ରଦିଦ୍ବନ୍ଦିତା କରିବେ ନାହିଁ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri