ଶିକ୍ଷକ ପଦବୀ ପୂରଣ ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଖାଲି ପଡ଼ିଥିବା ୪,୬୧୯ ପଦବୀ ପୂରଣ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୋଗ୍ୟ ପ୍ରାର୍ଥୀମାନେ ଚୁକ୍ତିଭିତ୍ତିକ ହିନ୍ଦୀ, ସଂସ୍କୃତ ଓ ପିଇଟି ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ବିଜ୍ଞପ୍ତି ଅନୁସାରେ, ଯୋଗ୍ୟ ପ୍ରାର୍ଥୀମାନେ କମ୍ପ୍ୟୁଟରରେ ପରୀକ୍ଷା ଦେବେ। ଚୟନ କରାଯାଇଥିବା ରାଜ୍ୟର କିଛି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ହେବ। ହିନ୍ଦୀ ଶିକ୍ଷକ ପାଇଁ ୨,୦୫୫, ସଂସ୍କୃତ ଲାଗି ୧,୩୦୪ ଏବଂ ୧,୨୬୦ ପିଇଟି ଶିକ୍ଷକ ପଦବୀ ନିମନ୍ତେ ବିଜ୍ଞପ୍ତି ବାହାରିଛି। ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ମାସିକ ୧୬,୮୦୦ ଟଙ୍କା ଏବଂ ପିଇଟି ଶିକ୍ଷକ ୧୦ହଜାର ଟଙ୍କା ଦରମା ପାଇବେ। ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୨୩ତାରିଖରୁ http://dseodisha.inକୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ସେପ୍ଟେମ୍ବର ୧୪ ଆବେଦନର ଶେଷ ତାରିଖ। ଅକ୍ଟୋବର ପ୍ରଥମ ସପ୍ତାହରେ ପରୀକ୍ଷା ହେବ। ଏସ୍‌ସି, ଏସ୍‌ଟି ଓ ଦିବ୍ୟାଙ୍ଗ ବର୍ଗର ପ୍ରାର୍ଥୀଙ୍କୁ ଆବେଦନ ଫି’ ୪୦୦ ଟଙ୍କା ଦେବାକୁ ପଡ଼ିବ। ବାକି ଅନ୍ୟ ପ୍ରାର୍ଥୀଙ୍କୁ ଆବେଦନ ପାଇଁ ୬୦୦ଟଙ୍କା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri