Posted inଖେଳ

ଗାଳି ଦେଲେ କୋହଲି; ଅମ୍ପାୟାର କହିଲେ, ମୁହଁରେ ତାଲା ଦିଅ: ଦେଖନ୍ତୁ ଭିଡିଓ

ଇଂଲଣ୍ଡ,୧୭।୮: ଲର୍ଡସରେ ଖେଳାଯାଇଥିବା ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟର ଶେଷ ଦିନ ଅତ୍ୟନ୍ତ ରୋମାଞ୍ଚକର ଥିଲା। ଏହା ସହିତ ମ୍ୟାଚରେ ଅନେକ ହାଇ ଭୋଲଟେଜ ଡ୍ରାମା ମଧ୍ୟ ଦେଖିବାକୁ ମିଳିଥିଲା। ଇଂଲଣ୍ଡ ଖେଳାଳିମାନେ ସ୍ଲେଜିଂ କରୁଥିବା ବେଳେ ବିରାଟ କୋହଲିଙ୍କ ଦଳ ଭାରତ ମଧ୍ୟ ଉଭୟ ପାଟିରେ ଏବଂ ଖେଳ ସହିତ ଜବାବ ଦେଇଥିଲା।
୯ମ ଉଇକେଟ ପାଇଁ ମହମ୍ମଦ ଶାମିଙ୍କ ୫୬ ରନ ଏବଂ ଜସପ୍ରୀତ ବୁମ୍‌ରାଙ୍କ ୩୬ ରନ ଭାଗିଦାରୀ ସୃଷ୍ଟି କରି ଉଭୟ ଭାରତ ପାଇଁ ବିଜୟର ମୂଳଦୁଆ ପକାଇଥିଲେ। ଏହା ପରେ ଭାରତୀୟ ବୋଲରମାନେ ଇଂଲଣ୍ଡକୁ ୧୨୦ ରନ୍‌ରେ ଅଲଆଉଟ୍‌ କରି ୧୫୧ ରନରେ ମ୍ୟାଚ ଜିତିଥିଲେ। ମ୍ୟାଚର ଶେଷ ଦିନରେ ଭାରତୀୟ ଅଧିନାୟକ ବିରାଟ କୋହଲି ଲର୍ଡସ ବାଲକୋନିରୁ ଖାଳି କରୁଥିବା ଦେଖିବାକୁ ମିଳିଥିଲା। ଯେତେବେଳେ ବୁମରା କ୍ରିଜରେ ସାବଧାନତାର ସହ ବ୍ୟାଟିଂ କରୁଥିଲେ, ସେତେବେଳେ ମାର୍କ ଉଡ ତାଙ୍କୁ ବିଭ୍ରାନ୍ତ କରିବାକୁ ସ୍ଲେଜିଂ କରିଥିଲେ, ଯାହା ଦେଖି ବୁମରା ରାଗି ଯାଇଥିଲେ। ଏଥିସହ ସେ ଅମ୍ପାୟାରଙ୍କ ନିକଟରେ ଅଭିଯୋଗ କରିଥିଲେ। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ଏହା ସ୍ପଷ୍ଟ ଜଣାପଡୁଛି ଯେ, ଯେତେବେଳେ ଶାମି ଅମ୍ପାୟାରଙ୍କ ସହ କଥାବାର୍ତ୍ତା ହେଉଥିଲେ, ଅମ୍ପାୟାର ତାଙ୍କୁ ପାଟି ବନ୍ଦ କରିବାକୁ ପରାମର୍ଶ ଦେଇଥିଲେ। ବିରାଟ କୋହଲି ଲର୍ଡସ ବାଲକୋନିରୁ ଏହି ସମସ୍ତ ବିଷୟ ଦେଖୁଥିଲେ। ସେ ଗାଳି କରୁଥିଲେ ମଧ୍ୟ କରତାଳି ଦେଇ ବୁମ୍‌ରାଙ୍କୁ ଉତ୍ସାହିତ କରିଥିଲେ। ଏହି ସମୟରେ ଅମ୍ପାୟାର୍‌ ଇସାରାରେ ପାଟି ବନ୍ଦ ରଖିବାକୁ କହିଥିଲେ।

https://twitter.com/tyrion_jon/status/1427226814695440384


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri