୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା ପୁଣି ଏହା ବଢ଼ିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୧୭୮ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୪୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୧୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୬୭ ହଜାର ୪୧୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୨ ହଜାର ୫୧୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୬ କୋଟି ୬ ଲକ୍ଷ ୫୨ ହଜାର ୩୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୫ ଲକ୍ଷ ୫ ହଜାର ୭୫ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୮୪ ଲକ୍ଷ ୨୭ ହଜାର ୮୩ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୯୭ ହଜାର ୫୫୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୪ ଲକ୍ଷ ୮୫ ହଜାର ୯୨୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୨ ଲକ୍ଷ ୮୫ ହଜାର ୮୫୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri