Posted inଫୁରସତ

ଆଜି ବିଶ୍ୱ ସଦ୍‌ଭାବନା ଦିବସ

ସବୁ ଜାତି, ଧର୍ମ, ବର୍ଣ୍ଣର ଲୋକଙ୍କ ମଧ୍ୟରେ ଜାତୀୟ ଏକତା ମନୋଭାବ ସହ ଶାନ୍ତି, ସ୍ନେହ ଏବଂ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଉତ୍ସାହିତ କରି ଭାରତକୁ ଏକ ବିକଶିତ ଦେଶ କରିବାର ସ୍ବପ୍ନ ଦେଖିଥିଲେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ। ସଦ୍‌ଭାବନା ମାଧ୍ୟମରେ ରାଷ୍ଟ୍ରର ଆଧୁନିକୀକରଣ ତଥା ବିକାଶ ପଥ ଖୋଲିପାରିବ ବୋଲି ଚିନ୍ତା କରି ସେ ଦେଶବାସୀଙ୍କୁ ସେହିବାଟରେ ଚାଲିବା ନିମନ୍ତେ ଉତ୍ସାହିତ କରିଆସୁଥିଲେ। ସ୍ବର୍ଗତଃ ଗାନ୍ଧୀଙ୍କ ସେହି ଆଧୁନିକ ଚିନ୍ତାଧାରା ଓ ଇଚ୍ଛାକୁ ସମ୍ମାନ ଜଣାଇ ତାଙ୍କ ଜନ୍ମଦିବସ ସ୍ମୃତିରେ ପ୍ରତି ବର୍ଷ ଅଗଷ୍ଟ ୨୦ରେ ଦେଶରେ ‘ସଦ୍‌ଭାବନା ଦିବସ’ ପାଳନ କରାଯାଏ। ସେହିପରି ବାୟୋଗ୍ୟାସ୍‌, ସୋଲାର ଶକ୍ତି, ପବନ ବା ଓ୍ବିଣ୍ଡ୍‌ ପାଓ୍ବାର ଭଳି ଅକ୍ଷୟ ଶକ୍ତିର ମହତ୍ତ୍ୱ ଏହାର ବ୍ୟବହାର ବିଷୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଧ୍ୟ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀକୁ ଅକ୍ଷୟ ଉର୍ଜା ଦିବସ ଭାବେ ମଧ୍ୟ ପାଳନ କରାଯାଇଥାଏ। ଦେଶର ବିକାଶ ପାଇଁ ତାଙ୍କ ଉତ୍ସାହଜନକ ଶବ୍ଦ ଆଜି ମଧ୍ୟ ଜନ୍ମ ବାର୍ଷିକୀରେ ସ୍ମରଣୀୟ। ତାଙ୍କର ପ୍ରତ୍ୟେକ ବାକ୍ୟ ଅତ୍ୟନ୍ତ ପ୍ରେରଣାଦାୟକ ଯାହା ଏବେ ବି ଦେଶର ଯୁବକମାନଙ୍କୁ ଭାରତର ନେତୃତ୍ୱ ନେବାକୁ ପ୍ରୋତ୍ସାହିତ କରିଥାଏ। ୨୦ ଅଗଷ୍ଟ ୨୦୨୧ ରେ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ବାର୍ଷିକୀ ପାଳନ କରାଯିବ। ମୃତ୍ୟୁର ଏକ ବର୍ଷ ପରେ ଭାରତୀୟ ଜାତୀୟ କଂଗ୍ରେସ ୧୯୯୨ରେ ରାଜୀବ ଗାନ୍ଧୀ ସଦ୍‌ଭାବନା ପୁରସ୍କାର ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri