ଚାକିରି ପାଇଁ ରେଳରୋକୋ

ପଦ୍ମପୁର,୨୦ା୮(ଡି.ଏନ.ଏ.): ଭଦ୍ରକ ଜିଲା ଚରମ୍ପା-ଧାମରା ନିର୍ମିତ ରେଳପଥ ପାଇଁ ଜମି ହରାଇଥିବା ସଦର ବ୍ଲକର ଶତାଧିକ ଲୋକ ଶୁକ୍ରବାର ଭଟତିରା-ଇଚ୍ଛାପୁରଠାରେ ରେଳରୋକୋ କରିଥିଲେ। ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ଚାଷୀମାରଣ ନୀତି ବୋଲି ସେମାନେ ଅଭିଯୋଗ କରିବା ସହ ଜମିହରାଙ୍କ ପରିବାରର ଜଣେ ବ୍ୟକ୍ତିଙ୍କୁ କମ୍ପାନୀରେ ନିଯୁକ୍ତି ଦାବି କରି ଧାରଣାରେ ବସିଥିଲେ। ଏନେଇ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା।

ଖବର ପାଇ ବିଡିଓ ମନୋଜ କୁମାର ବେହେରା, ଡିପିସିଏଲ୍‌ର ସତ୍ୟବ୍ରତ ନାୟକ, ସାବରଙ୍ଗ ଥାନା ଅଧିକାରୀ ମନୋରମା ବାରିକ, ଏସ୍‌ଆଇ ନିତେଇ ଚରଣ ମହାନ୍ତି, ଯତୀନ୍ଦ୍ର ନାଥ ସିଙ୍କୁ ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ବନ୍ଦର କର୍ତ୍ତୃପକ୍ଷ ଆସନ୍ତା ୨୫ ତାରିଖରେ ଜମି ହରାଇଥିବା ଚାଷୀମାନଙ୍କ ସହ ଆଲୋଚନା କରି ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ। ବଣିଆ, କେଦାରପୁର, ବରହମପୁର, ବେନ୍ତାଳ ପଞ୍ଚାୟତର ହେମନ୍ତ କୁମାର ପାଢ଼ୀ, ଅକ୍ଷୟ ଦାସ, ଅଜୟ ସାମଲ, ତପନ ତ୍ରିପାଠୀ, ଉପେନ୍ଦ୍ର ପଲେଇ, ନରହରି ସାହୁ, ନିଶିକାନ୍ତ ପରିଡ଼ା, ପଦ୍ମଲୋଚନ ଦାସ ପ୍ରମୁଖ ଏଥିରେ ସାମିଲ ଥିଲେ।

ସୂଚନାଯୋଗ୍ୟ, ଉକ୍ତ ରେଳପଥ ପାଇଁ ସଦର ବ୍ଲକର ବିଭିନ୍ନ ପଞ୍ଚାୟତର ଶତାଧିକ ଏକର ଚାଷଜମିକୁ ରେଳ ବିଭାଗ ଅଧିଗ୍ରହଣ କରିଥିଲା। ଜମି ହରାଇଥିବା ଲୋକେ ଧାମରା ବନ୍ଦର କମ୍ପାନୀରେ ପରିବାରର ଜଣଙ୍କୁ ନିଯୁକ୍ତି ପାଇଁ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri