ଆରବ ଦେଶରେ ଅକ୍ଷୟଙ୍କ ‘ବେଲ ବଟମ’ ବ୍ୟାନ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ବେଲ ବଟମ’ ରିଲିଜ୍ ହେବା ପରେ ସବୁଠାରୁ ଏହାର ପ୍ରଶଂସା ଶୁଣିବାକୁ ମିଳୁଛି । କେହି କେହି ଏହାକୁ ବ୍ଲକ ବୁଷ୍ଟର କହୁଥିବା ବେଳେ ଏହା ଭଲ ବିଜନେସ୍ କରିବ ବୋଲି ଫିଲ୍ମ କ୍ରିଟିକମାନେ ଅନୁମାନ ଲଗାଇଛନ୍ତି । ହେଲେ ଏବେ କିଛି ଆରବ ଦେଶ ଏହାକୁ ବ୍ୟାନ କରି ଦେଇଛନ୍ତି । ସେଥିମଧ୍ୟରେ ରହିଛନ୍ତି ସୌଦି ଆରବ, କତାର ଓ କୁଏତ । ଏମାନଙ୍କର ଅଭିଯୋଗ ହେଲା କିଛି ସିନରେ ଏମାନଙ୍କୁ ଛୋଟ କରି ଦେଖାଯାଇଛି । ଫିଲ୍ମର ଅଧାରେ କେମିତି ଏକ ଏୟାରକ୍ରାପ୍ଟକୁ ହାଇଜ୍ୟାକ କରି ଲାହୋରରୁ ଦୁବଇ ନିଆଯାଇଛି ତାହା ଦର୍ଶାଯାଇଛି । ୧୯୮୪ରେ ହୋଇଥିବା ଏକ ସତ ଘଟଣା ଉପରେ ଏହା ଆଧାରିତ । ସେତେବେଳେ ୟୁଏଇର ଫୋର୍ସମାନେ ହାଇଜ୍ୟାକର୍ସଙ୍କୁ ନିଜ କବଜାକୁ ନେଇ ଯାଇଥିଲେ । ସେତେବେଳେ ସେଠାକାର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ବିନ ରସିଦ ସ୍ଥିତିକୁ ସମ୍ଭାଳିଥିଲେ । ଫିଲ୍ମରେ ଦେଖାଯାଇଛି କି କେମିତି ଏହି ସିକ୍ରେଟ ମିଶନକୁ ଭାରତୀୟ ଅଧିକାରୀ ଶେଷରେ ପହଞ୍ଚାଇଥିଲେ । ଯାହାର ସୂଚନା ଡିଫେନ୍ସ ମିନିଷ୍ଟରଙ୍କୁ ବି ନ ଥିଲା । କୁହାଯାଉଛି କି କାହାଣୀର ଏହି ଟୁଇଷ୍ଟକୁ ନେଇ ଆରବ ଦେଶର ସେନସର ବୋର୍ଡ ଫିଲ୍ମକୁ ରିଲିଜ୍ କରିବାକୁ ଦେଉ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri