Posted inଜାତୀୟ

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ବଦଳରେ ଜୀବିତ ଯବାନଙ୍କ ଘରେ ପହଞ୍ଚିଗଲେ କେନ୍ଦ୍ର ମନ୍ତ୍ରୀ

ବେଙ୍ଗାଲୁରୁ,୨୨।୮: କର୍ନାଟକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ଏ ନାରାୟଣସ୍ବାମୀ ଶହୀଦ ହୋଇଥିବା ଯବାନଙ୍କ ବଦଳରେ ଜୀବିତ ଯବାନଙ୍କ ଘରେ ପହଞ୍ଚି ଯବାନଙ୍କ ସମ୍ପର୍କୀୟଙ୍କୁ ସରକାରୀ ଚାକିରି ଏବଂ ଜମି ଦେବା ପାଇଁ ଘୋଷଣା କରିଥିଲେ। ସ୍ଥାନୀୟ ନେତାଙ୍କ ଦ୍ୱାରା ଦିଆଯାଇଥିବା ଭୁଲ ତଥ୍ୟ ଯୋଗୁ ଏହା ଘଟିଥିଲା। ନିକଟରେ କେନ୍ଦ୍ର ସରକାରରେ ମନ୍ତ୍ରୀ ହୋଇଥିବା ନାରାୟଣସ୍ବାମୀ ତାଙ୍କ ଜନ ଆର୍ଶିବାଦ ଯାତ୍ରାର ଏକ ଅଂଶ ଭାବରେ ଗଡାଗ ଜିଲାରେ ପହଞ୍ଚିଥିଲେ। ଭାଜପା ସୂତ୍ର ଅନୁଯାୟୀ, ପୁଣେରେ ବର୍ଷେ ପୂର୍ବରୁ ଶହୀଦ ହୋଇଥିବା ଯବାନ ବାସଭରାଜ ହିରେମଠଙ୍କ ବଦଳରେ ଏବେ ଜମ୍ମୁ କଶ୍ମୀରରେ ପୋଷ୍ଟ ହୋଇଥିବା ଯବାନ ରବିକୁମାର କଟିମଣିଙ୍କ ଘରକୁ ନିଆଯାଇଥିଲା। ମନ୍ତ୍ରୀଙ୍କ ଯାତ୍ରା କାର୍ଯ୍ୟକ୍ରମ ଅନୁଯାୟୀ ସେ ମୃତ ଯବାନଙ୍କ ପରିବାରକୁ ଭେଟି ସେମାନଙ୍କୁ ସାନ୍ତ୍ୱନା ଦେବାର ଥିଲା। ସୂତ୍ରରୁ ପ୍ରକାଶ ଯେ ନାରାୟଣସ୍ବାମୀ ଏମ୍‌ପି ଶିବକୁମାର ଉଦାସୀଙ୍କ ସହ ଜିଲାର ମୁଲାଗୁଣ୍ଡରେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ କାଟିମଣିଙ୍କ ବାସଭବନକୁ ନିଆଯାଇଥିଲା। ଏହାଦ୍ୱାରା ଯବାନଙ୍କ ପରିବାର ସଦସ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ମନ୍ତ୍ରୀ ଯବାନଙ୍କ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ଏବଂ ଜମି ଘୋଷଣା କରିବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ନାରାୟଣସ୍ବାମୀ ତାଙ୍କ ଭୁଲ ବିଷୟରେ ଜାଣିଲେ, ସେ ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରି ଯବାନଙ୍କୁ ପ୍ରଶଂସା କରିଥିଲେ ଏବଂ ତାଙ୍କ ପରିବାରକୁ ସମ୍ମାନିତ କରିଥିଲେ। ଏହା ପରେ ସେ ଏହି ଅସହଜ ପରିସ୍ଥିତି ପାଇଁ ସ୍ଥାନୀୟ ଭାଜପା ନେତାଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ମନ୍ତ୍ରୀ ପରେ ଶହୀଦ ଯବାନ ହିରେମଠଙ୍କ ଘରକୁ ଯାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri