ଆଫଗାନିସ୍ତାନରେ ତାଲିବାନ ଠିଆ ହେବା ପଛରେ ପାକିସ୍ତାନର ହାତ: ଆମେରିକା ସାଂସଦ

ୱାଶିଂଟନ,୨୩ ।୮: ଆଫଗାନିସ୍ତାନରେ ତାଲିବାନ ରାଜ କରିବା ପରେ ଏବେ ଏହାକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଚାଲିଛି । ବିଭିନ୍ନ ଦେଶର ନେତା ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ଏହି କ୍ରମରେ ଆମେରିକାର ରିପବ୍ଲିକାନ୍ ସାଂସଦ ଓ କଂଗ୍ରେସି ନେତା ଷ୍ଟିୱ ଚାବୋଟ ଏଥିପାଇଁ ପାକିସ୍ତାନକୁ ଦାୟୀ କରିଛନ୍ତି । ସେ କହିଛନ୍ତି ଆଫଗାନିସ୍ତାନରେ ତାଲିବାନ ଠିଆ ହେବା ପଛରେ ପାକିସ୍ତାନ ଗୁଇନ୍ଦା ସଂସ୍ଥାର ହାତ ରହିଛି । ତାଙ୍କ ମତରେ ତାଲିବାନର ବିଜୟରେ ଇସଲାମାବାଦରେ ଯେଉଁଭଳି ଉତ୍ସବ ଦେଖାଯାଇଛି ତାହା ଅତ୍ୟନ୍ତ ନିନ୍ଦନୀୟ । ଏଥିରୁ ସ୍ପଷ୍ଟ ହେଉଛି କି ପାକିସ୍ତାନ ଆତଙ୍କବାଦୀଙ୍କୁ ପ୍ରୋତ୍ସାହିତ କରୁଛି । ଆମେ ସମସ୍ତେ ଜାଣିଛୁ ପାକିସ୍ତାନ ବିଶେଷ କରି ଏହାର ଗୁଇନ୍ଦା ସଂସ୍ଥା ଆଇଏସ୍ ତାଲିବାନକୁ ପ୍ରୋତ୍ସାହିତ କରିବାକୁ ବଡ ଭୂମିକା ନେଇଛି । ଯାହା ଫଳରେ ପାକିସ୍ତାନ ସହାୟତାରେ ତାଲିବାନ ଆଫଗାନିସ୍ତାନରେ ସହଜରେ କାୟା ବିସ୍ତାର କରିପାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଅପାରଗତାରେ ଭାଜପା ଦେଶରେ ୧ ନମ୍ବର’

ଭୁବନେଶ୍ୱର, ୭।୧(ସୁନିତ୍‌ ମିଶ୍ର): ବାଣପୁରରେ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଭାରେ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରରେ ୫-ଟି...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

ଚରମରେ ଆମେରିକା-ରୁଷିଆ ଉତ୍ତେଜନା, ତୃତୀୟ ବିଶ୍ୱଯୁଦ୍ଧ ମୁହାଁ ସବୁ ଦେଶ

ଓ୍ୱାଶିଂଟନ୍/ମସ୍କୋ,୭।୧: ଆମେରିକା ଏବଂ ରୁଷିଆ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭେନେଜୁଏଲା ସହ ଜଡ଼ିତ ଆମେରିକାର କଟକଣା ଉଲ୍ଲଂଘନ ଅଭିଯୋଗରେ ଆମେରିକା ସେନା ଉତ୍ତର ଆଟଲାଣ୍ଟିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଆଟଲାଣ୍ଟିକ ମହାସାଗରରେ ଯୁଦ୍ଧ ପରିସ୍ଥିତି: ରୁଷିଆ ପତକା ଲାଗିଥିବା ତେଲ ଟ୍ୟାଙ୍କର୍‌କୁ ଜବତ କଲା ଆମେରିକା, ଏସ୍କଟ୍‌ କରୁଥିଲା ମସ୍କୋ! 

ଓ୍ବାଶିଂଟନ,୭।୧: ଭେନେଜୁଏଲା ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ଏବେ ଆଟଲାଣ୍ଟିକ ମହାସାଗରରେ ରୁଷୀୟ ପତାକାଯୁକ୍ତ ଏକ ତୈଳ ଟ୍ୟାଙ୍କର ‘ମାରିନେରା’କୁ ଜବତ କରିଛି। ଆମେରିକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri