Posted inଜାତୀୟ

‘ୟୁଏପିଏରେ ଗିରଫ ଏକ ଚକ୍ରାନ୍ତ’

ନୂଆଦିଲ୍ଲୀ, ୨୪ା୮: ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଘଟଣାରେ ଷଡ଼ଯନ୍ତ୍ର କରାଯାଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ପୂର୍ବତନ ଛାତ୍ରନେତା ଉମର ଖଲିଦ୍‌ଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଦିଲ୍ଲୀର ଏକ ଅଦାଲତରେ ତାଙ୍କ ଓକିଲ କହିଛନ୍ତି। ବେଆଇନ କାର୍ଯ୍ୟକଳାପ ନିରୋଧୀ ଆଇନ (ୟୁଏପିଏ)ରେ ଗିରଫ ଖଲିଦଙ୍କୁ ଅଭିଯୁକ୍ତ ଆଖ୍ୟା ଦେବାକୁ ଯାଇ ପୋଲିସ କରିଥିବା ଦାବିରେ ଅନେକ ବିରୋଧାଭାସ ରହିଛି। ତାଙ୍କୁ ଫସାଇବା ପାଇଁ ଏହା ଏକ ଚକ୍ରାନ୍ତ। ମିଡିଆ ମାଧ୍ୟମରେ ତାଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ତାଙ୍କ ଭାଷଣର ଏକ ଏଡିଟେଡ୍‌ ଭିଡିଓକୁ ପ୍ରସାରିତ କରାଯାଇଛି, ଯାହାକୁ ପ୍ରଥମେ ଭାଜପା ନେତା ଅମିତ ମାଲଭିୟ ଟୁଇଟ୍‌ କରିଥିଲେ ବୋଲି ଖଲିଦ୍‌ଙ୍କ ଓକିଲ କହିଛନ୍ତି।
ଫେବୃୟାରୀରେ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗାରେ ୫୩ ଜଣଙ୍କ ମୃତ୍ୟୁ ଘଟିବା ସହ ୭ ଶହରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ।
ଖଲିଦ୍‌ ଗାନ୍ଧିଜୀ ଏବଂ ଗଣତାନ୍ତ୍ରିକ ଶକ୍ତି ବିଷୟରେ କହିଥିବାବେଳେ ମନଗଢ଼ା କାହାଣୀ ରଚାଯାଇ ଖଲିଦ୍‌ଙ୍କୁ ଫସାଯାଇଥିବା ତାଙ୍କ ଓକିଲ ଭାଷଣର ଭିଡିଓ କ୍ଲିପ୍‌ ଉପସ୍ଥାପନ କରି କହିଛନ୍ତି। ଗତ ଏପ୍ରିଲରେ ଖଲିଦ୍‌ଙ୍କ ସମେତ ଜେଏନ୍‌ୟୁ ଛାତ୍ରୀ ନତାଶା ନରଓ୍ବାଲ ଏବଂ ଦେବାଙ୍ଗନା କଲିତା, ଜାମିଆ ସମନ୍ବୟ କମିଟି ସଦସ୍ୟ ସଫୋରା ଜରଗ୍‌, ଏଏପିର ପୂର୍ବତନ କାଉନସିଲର ତାହିର ହୁସେନଙ୍କ ସମେତ ଅନ୍ୟ କେତେଜଣଙ୍କୁ ୟୁଏପିଏ ଅଧୀନରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri