ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏସ୍‌ପିଙ୍କ ନିର୍ଦ୍ଦେଶରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝରରୁ ୩ଟି ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛନ୍ତି। ଏକକାଳୀନ ମଲ୍ଲୀଲତାଙ୍କ ଆରଡ଼ି ଛକସ୍ଥିତ ବାସଭବନ, ତାଙ୍କ ଅଫିସ ଏବଂ ବାପଘର ଭଦ୍ରକ ବ୍ଲକ ଅଧୀନ ଆମ୍ଭରୋଲରେ ଚଢ଼ାଉ ଚାଲିଛି। ଭିଜିଲାନ୍ସ ବିଭାଗ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଥିବା ବେଳେ ଅଦ୍ୟାବଧି ବିଭିନ୍ନ ବେନାମୀ ସମ୍ପତ୍ତିର କାଗଜପତ୍ର ଯାଞ୍ଚ କରାଯାଉଥିବା ଭିଜିଲାନ୍ସ ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।...

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା, ଜାଣନ୍ତୁ କେତେ…

ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା । ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ପାକିସ୍ତାନକୁ ଧନ୍ୟବାଦ ଦେଲା ଆମରିକା, ଖୁସିରେ ଗଦଗଦ ହେଲେ ଶେହବାଜ

ଇସଲାମାବାଦ,୨୦।୧୨: ଗାଜାରେ ଯୁଦ୍ଧ ପରବର୍ତ୍ତୀ ସୁରକ୍ଷା ପ୍ରତିଷ୍ଠା ପାଇଁ ଆମେରିକାର ପ୍ରୟାସ ମଧ୍ୟରେ, ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ଗାଜା...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri