ପ୍ରଥମେ ଚୁମ୍ବନ, ଏବେ ଗୋଡ଼ ମୋଡିଲେ ରାକେଶ

ବମ୍ବେ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭଉଣୀ ସମିତା ସେଟ୍ଟୀ। ସେ ଏବେ ବିବାଦୀୟ ଶୋ’ ‘ବିଗ୍‌ବସ୍‌’ ଓଟିଟିରେ ପ୍ରତିଯୋଗୀ ଭାବେ ଯୋଗ ଦେଇଛନ୍ତି। ସେଠାରେ ରାକେଶ ବାପତଙ୍କ ସହ ତାଙ୍କର ସମ୍ପର୍କ ନିବିଡ଼ ହେବାରେ ଲାଗିଛି। ସକାଳୁ ଉଠି ରାକେଶ ସମିତାଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ସେହିଭଳି ଟାସ୍କରେ ସମିତାଙ୍କ ସହ ରହୁଛନ୍ତି ସେ। ବୁଧବାର ପ୍ରକାଶିତ ହୋଇଥିବା ଅଧ୍ୟାୟରେ ରାକେଶ ଅଭିନେତ୍ରୀଙ୍କ ଗୋଡ ମୋଡୁଥିବା ମଧ୍ୟ ଦେଖାଯାଇଛି। ଉଭୟଙ୍କ ଯୋଡିଙ୍କୁ ସୋସିଆଲ ମିଡିଆରେ ବେଶ ପସନ୍ଦ କରାଯାଉଛି।

 

View this post on Instagram

 

A post shared by Aaliya Status (@aaliya_status)

ପ୍ରଥମେ ପ୍ରଥମେ ସମିତାଙ୍କର ରାକେଶଙ୍କ ସହ ସେତେଟା ଭଲ ସମ୍ପର୍କ ନ ଥିଲା। ହେଲେ ଦ୍ୱିତୀୟ ସପ୍ତାହରୁ ନୂଆ ଯୋଡି ଭାବେ ରାକେଶ-ସମିତାଙ୍କ କେମିଷ୍ଟ୍ରୀ ଦର୍ଶକଙ୍କୁ ବେଶ ପସନ୍ଦ ଆସୁଛି। ଧିରେ ଧିରେ ଉଭୟ ପରସ୍ପର ସହ ବ୍ୟକ୍ତିଗତ ଜୀବନ ବିଷୟରେ କଥା ହେଉଛନ୍ତି। ନିକଟରେ ରାକେଶ ତାଙ୍କ ଛାଡ଼ପତ୍ର ବିଷୟରେ ସମିତାଙ୍କୁ କହିଥିଲେ। ସେହିଭଳି ସମିତା ନିଜର ଆଗ୍ଜାଇଟି ବିଷୟରେ ତାଙ୍କୁ ଜଣାଇଥିଲେ।

ଚଳିତ ଥର ବିଗ୍‌ବସ୍‌ର ଥିମ୍‌ ରହିଛି କନେକ୍ଟେଡ୍‌ ରହିବା। ଶୋ’ରେ ଆଗକୁ ବଢ଼ିବା ପାଇଁ ସମସ୍ତଙ୍କୁ ପରସ୍ପର ସହ ସମ୍ପର୍କ ଗଢ଼ିବାକୁ ହେବ। ଯେଉଁ ସମ୍ପର୍କ ଅଧିକ ମଜଭୂତ ହେବ, ସେ ଆଗକୁ ବଢ଼ିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri