ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଉପରେ…

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୭୫୯ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୦୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୧ ହଜାର ୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୫୯ ହଜାର ୭୭୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୭ ହଜାର ୩୭୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୨ କୋଟି ୨୯ ଲକ୍ଷ ୮୯ ହଜାର ୧୩୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧ କୋଟି ୩ ଲକ୍ଷ ୩୫ ହଜାର ୨୯୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୧ କୋଟି ୩୧ ଲକ୍ଷ ୨୯ ହଜାର ୩୭୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୮୭ ହଜାର୨୮୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୮ ଲକ୍ଷ ୫୨ ହଜାର ୮୦୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୬ ଲକ୍ଷ ୪୯ ହଜାର ୯୪୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri