Posted inଜାତୀୟ

ଚାଷୀଙ୍କୁ ପୋଲିସର ଲାଠିମାଡ଼

ଚଣ୍ଡିଗଡ଼, ୨୯।୮: ହରିୟାଣାର କର୍ନଲ ଜିଲାରେ ଶନିବାର ଭାଜପାର ଏକ ବୈଠକକୁ ବିରୋଧ କରି କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବାରୁ ୧୦ ଜଣ ଚାଷୀ ଆହତ ହୋଇଛନ୍ତି। ହରିୟାଣା ପୋଲିସର ଏଭଳି ବର୍ବରତା ବିରୋଧରେ ଉତ୍ତ୍ୟକ୍ତ ଚାଷୀମାନେ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି। କର୍ନଲଠାରେ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ ନେତୃତ୍ୱରେ ଭାଜପା ବୈଠକ ବସି ଆଗାମୀ ମ୍ୟୁନିସିପାଲ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବାର ଥିଲା। ଏହି ରାଜ୍ୟସ୍ତରୀୟ ବୈଠକରେ ଭାଜପା ରାଜ୍ୟ ସଭାପତି ଓ.ପି. ଧନଖର ଉପସ୍ଥିତ ଥିଲେ। ଚାଷୀଙ୍କ ବିକ୍ଷୋଭ ଯୋଗୁ ୩ ନମ୍ବର ଜାତୀୟ ରାଜପଥ, ଦିଲ୍ଲୀ-ଅମୃତସର ରାଜପଥ ସମେତ ବିଭିନ୍ନ ରାସ୍ତା ଏବଂ ଅମ୍ବାଲା ରାସ୍ତାରେ ଥିବା ଶମ୍ଭୁ ଟୋଲ୍‌ ପ୍ଲାଜାରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଥିଲା। ଚାଷୀମାନେ ରାସ୍ତା ଉପରେ ଖଟିଆ ପକାଇ ଓ ବସିରହି ଅବରୋଧ କରିଥିବା ଦେଖାଯାଇଛି। ଫଳରେ ଅନୂ୍ୟନ ୩ କିଲୋମିଟର ପର୍ଯ୍ୟନ୍ତ ଗାଡ଼ିମୋଟର ରାସ୍ତାରେ ଉଭୟ ପାର୍ଶ୍ୱରେ ଅଟକି ରହିଛି। କାହାର କାର୍ଯ୍ୟକ୍ରମରେ କେହି ପ୍ରତିବନ୍ଧକ ସୃଷ୍ଟି କରିପାରିବେ ନାହିଁ। ସେମାନେ ଶାନ୍ତିପୂର୍ଣ୍ଣ ଏବଂ ଗଣତାନ୍ତ୍ରିକ ଉପାୟରେ ପ୍ରସଙ୍ଗ ଉଠାଇବାକୁ ଅନୁମତି ଦିଆଯାଇଛି। ତେବେ ପୋଲିସ ଉପରକୁ ଟେକା ଫିଙ୍ଗିବା ଓ ରାସ୍ତା ଅବରୋଧ କରିବାକୁ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଖଟ୍ଟାର କହିଛନ୍ତି। ପୋଲିସ ତା’ର କାର୍ଯ୍ୟାନୁଷ୍ଠାନ ନେଇଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ କର୍ନଲରେ ପୋଲିସର ବର୍ବରୋଚିତ କାର୍ଯ୍ୟାନୁଷ୍ଠାନକୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଘଟଣାକୁ ନିନ୍ଦା କରିଛନ୍ତି। ଲାଠିମାଡ଼ରେ ଚାଷୀ ଲହୁଲୁହାଣ ହେବା ଲଜ୍ଜାଜନକ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri