ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୯୦୯ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୭୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୩ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୭୬ ହଜାର ୩୨୪ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୮ ହଜାର ୨୧୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୩ କୋଟି ୪୩ ଲକ୍ଷ ୮୧ ହଜାର ୩୫୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୧ ଲକ୍ଷ ୧୪ ହଜାର ୬୯୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୧ ଲକ୍ଷ ୪୬ ହଜାର ୫୨୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୧୯ ହଜାର ୯୯୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୯ ଲକ୍ଷ ୨୩ ହଜାର ୪୦୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୭ ଲକ୍ଷ ୩୭ ହଜାର ୯୩୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୨୯,୮୩୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୭୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri