ଟ୍ରେନ୍‌ ଧକ୍କାରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ବର୍ତ୍ତିଗଲେ ୪

ଗୋପାଳପୁର,୩୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ଗ୍ରାମ ରେଳ ଫାଟକଠାରେ ରବିବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ଟ୍ରେନ ଧକ୍କାରେ ୩ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି। ମୃତକମାନେ ଛତିଶଗଡ଼ ରାଜ୍ୟର ବିଳାସପୁର ଟିକାରି ଥାନା ବେଦପ୍ରସାଦ ଗ୍ରାମର ବାପା ଲଖନୋ କଓ୍ବେର୍ତ୍ତା, ପୁଅ ଜଗେଶ୍ୱର କଓ୍ବେର୍ତ୍ତା ଓ ଅନ୍ୟ ଜଣେ ଲୋକେଶ୍ୱର କଓ୍ବେର୍ତ୍ତା ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଛକଠାରୁ ଗିରିସୋଲା ପର୍ଯ୍ୟନ୍ତ ଉନ୍ନତିକରଣ କାର୍ଯ୍ୟ ଚାଲୁ ରହିଛି। ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋ ନଗର ନିକଟରେ ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି କାର୍ଯ୍ୟର କିଛି ଅଂଶ ଭୋଟ୍‌ ଏସୋସିଏଟସ୍‌ କମ୍ପାନୀ କରୁଥିଲା। ଛତିଶଗଡ଼ ରାଜ୍ୟ ବିଳାସପୁର ଅଞ୍ଚଳରୁ କିଛି ଶ୍ରମିକଙ୍କୁ ଆଣି ଏହି କାର୍ଯ୍ୟରେ ନିୟୋଜିତ କରିଥିଲା କମ୍ପାନୀ। ତେବେ ରବିବାର ରାତିରେ ୭ ଜଣ ଶ୍ରମିକ ନିଜ ରାଜ୍ୟକୁ ଫେରିଯିବା ଉଦ୍ଦେଶ୍ୟରେ ରେଳ ଧାରଣାରେ ଚାଲିଚାଲି ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ ସାପ୍ତାହିକ ବିଶାଖାପାଟଣା-ଟାଟାନଗର ସ୍ପେଶାଲ ଟ୍ରେନ ପଛପଟୁ ଆସୁଥିଲା। ଟ୍ରେନ ଆସୁଥିବା ଜାଣି ରେଳ ଫାଟକର ଗେଟ୍‌ମ୍ୟାନ ପାଟି କରିଥିଲେ। ଏହି ସମୟରେ ତିନିଜଣଙ୍କୁ ଟ୍ରେନ ଧକ୍କା ଦେବାରୁ ସେମାନେ ୨୦୦ ମିଟର ଦୂରତାରେ ଛିଟିକି ହୋଇପଡ଼ିଥିଲେ।

ସୌଭାଗ୍ୟବଶତଃ ୪ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଏଭଳି ଭୟଙ୍କର ଦୁର୍ଘଟଣା ଦେଖି ବର୍ତ୍ତିଯାଇଥିବା ଶ୍ରମିକମାନେ ସେଠାରୁ ଚାଲି ଯାଇଥିଲେ। ଖବର ପାଇ ସୋମବାର ବ୍ରହ୍ମପୁର ଜିଆରପି ଓ ଆର୍‌ପିଏଫ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ବ୍ରହ୍ମପୁର ଜିଆରପି ପୋଲିସ ୩ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ଘଟଣାସ୍ଥଳରୁ ଏକ ମୋବାଇଲ ମଧ୍ୟ ମିଳିଛି। ଏନେଇ ଜିଆରପି ଥାନା ପୋଲିସ ୪୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମୃତକଙ୍କ ପରିବାର ଲୋକ ପହଞ୍ଚିଲେ ପରିଚୟ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri