ନାବାଳିକାଙ୍କୁ ବଳାତ୍କାର ପରେ ଭିଡିଓ ଭାଇରାଲ କଲେ ଅଭିଯୁକ୍ତ

ରୂପସା,୩୦।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେକ୍‌ ସବୀର। ଗତ ୧୦ ତାରିଖରେ ପରିବାର ଲୋକେ ଏକ ବାହାଘର କାର୍ଯ୍ୟରେ ବ୍ୟସ୍ତ ଥିବାବେଳେ ଅଭିଯୁକ୍ତ ସବୀର ଅନ୍ୟ ୨ଜଣ ସାଙ୍ଗଙ୍କ ସହିତ ନାବାଳିକାଙ୍କୁ ଡାକିନେଇଥିଲେ। ପରେ ବାବାଳିକଙ୍କୁ ଏକ ଘରେ ରଖି ବଳାତ୍କାର କରିଥିଲେ। ପରେ ନାବାଳିକାଙ୍କ ଉଲଗ୍ନ ଫଟୋକୁ ମୋବାଇଲରେ ରେକର୍ଡିଂ କରିଥିଲେ। ଏକଥା ବାହାରେ ପ୍ରକାଶ କଲେ ଭିଡିଓ ଭାଇରାଲ କରିବାର ଧମକ ଦେଇଥିଲେ।

ପୁଣି ଗତ ୧୩ ତାରିଖରେ ନାବାଳିକାଙ୍କୁ ଅଭିଯୁକ୍ତମାନେ ଫୋନ ଯୋଗେ ଡାକିଥିଲେ। ହେଲେ ସେ ଆସିବାକୁ ମନା କରି ଦେଇଥିଲେ। ଏପରିକି ଭୟରେ ନାବାଳିକା ଜଣକ ଘରୁ ନ ବାହାରିବାରୁ ଅଭିଯୁକ୍ତମାନେ ସୋସିଆଲ ମିଡିିଆରେ ଭିଡିଓ ଭାଇରାଲ କରିଥିଲେ। ଏହା ଜାଣିବା ପରେ ଉଭୟ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଗାଁ ଲୋକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣା ହେବାର ସିଦ୍ଧାନ୍ତ ହୋଇଥିଲା। ମାତ୍ର କୌଣସି ସମାଧାନ ନ ହେବାରୁ ପୀଡ଼ିତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଶନିବାର ପୋଲିସ ଏକ ମାମଲା (ନଂ.୨୫୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତ ସବୀରକୁ ଗିରଫ କରି ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri