ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌ ଶିକ୍ଷକ ସଂଘ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି। ଶିକ୍ଷକମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ସରକାର ତୁରନ୍ତ ସବୁ ବିଦ୍ୟାଳୟରେ ସୁରକ୍ଷା ପ୍ରାଚୀର ନିର୍ମାଣ କରିବା ଆବଶ୍ୟକ ବୋଲି ସଂଘ ଦାବି କରିଛି। ଏହାଛଡ଼ା ଶିକ୍ଷାସହାୟକମାନଙ୍କ ନିୟମିତ ଦରମା ନ କରିବା ଏବଂ ଠିକଣା ସମୟରେ ରେଗୁଲାର ନ କରିବା କାରଣରୁ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଆର୍ଥିକ ଦୁରବସ୍ଥା ଦେଇ ମାନସିକ ଚିନ୍ତାରେ ରହୁଛନ୍ତି। ପରିସ୍ଥିତିର ସାମ୍ନା କରି ନ ପାରି ଦୁଇଦିନ ତଳେ ବାଲିଆପାଳ ବ୍ଲକ ଚାନ୍ଦମଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କରଞ୍ଜ ଗ୍ରାମର ଭରତ ସାମନ୍ତରାୟ ଆତ୍ମହତ୍ୟା କରିଛନ୍ତି। ଯାହାକି ଅତ୍ୟନ୍ତ ନିନ୍ଦନୀୟ ବିଷୟ। ଏହି କଥାକୁ ବିଚାରକୁ ନେଇ ସରକାର ପ୍ରତି ମାସରେ ଶିକ୍ଷା ସହାୟକମାନଙ୍କୁ ନିୟମିତ ଦରମା ପ୍ରଦାନ, ୬ବର୍ଷ ଚୁକ୍ତି ସମୟ ପୂରଣ ହେବା ମାତ୍ରେ ନିୟମିତ କରିବା ଓ ମାସିକ ପାରିଶ୍ରମିକ ତୁରନ୍ତ ବୃଦ୍ଧି କରିବା ଦାବିକୁ ସରକାର ବିଚାର ନ କରନ୍ତି ତେବେ ସଂଘ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନକୁ ତୀବ୍ର କରିବ ବୋଲି ରାଜ୍ୟସଂଘ ସଭାପତି ଅଜୟ କୁମାର ଧଳଙ୍କ ସହ ଅନ୍ୟ କର୍ମକର୍ତ୍ତା ସରକାରଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri