Posted inଖେଳ

ଏକାଧିକ ରେକର୍ଡ ନିଜ ନାମରେ କଲେ ହିଟ୍‌ମ୍ୟାନ୍‌; ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ରଚିଲେ କୀର୍ତ୍ତିମାନ

ଓଭାଲ,୫।୯: ଟିମ୍‌ ଇଣ୍ଡିଆର ଓପନର ରୋହିତ ଶର୍ମା ଶନିବାର ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଶତକ ହାସଲ କରି ଏକାଧିକ ରେକର୍ଡ କରିଛନ୍ତି। ରୋହିତଙ୍କ କ୍ୟାରିୟରର ଏହା ଅଷ୍ଟମ ଟେଷ୍ଟ ଶତକ। ଏହାପୂର୍ବର ୭ ଶତକ ସେ ଭାରତରେ ସ୍କୋର କରିଥିଲେ। ତେବେ ଏହି ଶତକ ସହ ରୋହିତ ଇଂଲଣ୍ଡରେ ସବୁଠାରୁ ଅଧିକ ଅନ୍ତର୍ଜାତୀୟ ଶତକ ହାସଲ କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ଏଥିସହ ସେ ଭ୍ରମଣକାରୀ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ୟ ଏକ ରେକର୍ଡ କରିଛନ୍ତି। ଇଂଲଣ୍ଡର ସାତୋଟି ଭିନ୍ନ ଗ୍ରାଉଣ୍ଡରେ ଶତକ ହାସଲ କରିଥିବା ପ୍ରଥମ ଭ୍ରମଣକାରୀ ବ୍ୟାଟ୍ସମ୍ୟାନ୍‌ ସେ ହୋଇଛନ୍ତି। ତାଙ୍କ ପୂର୍ବରୁ ଏହି କୀର୍ତ୍ତିମାନେ କେହି କରିନାହାନ୍ତି। ରୋହିତ ଇଂଲଣ୍ଡରେ ୯ ଶତକ ହାସଲ କରିଛନ୍ତି। ସେଥିରୁ ୭ ଦିନିକିଆରେ, ଟେଷ୍ଟ କ୍ରିକେଟ-ଟି ୨୦ରେ ଗୋଟିଏ ଲେଖାଏ ରହିଛି। ଓଭାଲରେ ନିଜର ୮ମ ଶତକ ହାସଲ କରିବା ପୂର୍ବରୁ ରୋହିତ ଇଂଲଣ୍ଡର ୬ଟି ସ୍ଥାନରେ ୮ ଥର ଶତକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri