Posted inଜାତୀୟ

ବ୍ରିକ୍ସ ସମିଟ୍‌ରେ ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ, ୭।୯: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସ ରାଷ୍ଟ୍ରଗୋଷ୍ଠୀର ତ୍ରୟୋଦଶ ସମିଟ୍‌ ୯ ତାରିଖରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଭର୍ଚୁଆଲି ଅଧ୍ୟକ୍ଷତା କରିବେ। ୨୦୧୨ ଏବଂ ୨୦୧୬ ପରେ ଭାରତ ତୃତୀୟ ଥର ପାଇଁ ବ୍ରିକ୍ସ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଏଥିରେ ବ୍ରାଜିଲ ରାଷ୍ଟ୍ରପତି ଜାଏର ବୋଲସନାରୋ, ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ, ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍‌ ରାମାଫୋସା ଯୋଗଦେବେ। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲ, ନ୍ୟୁ ଡେଭେଲପମେଣ୍ଟ ବ୍ୟାଙ୍କ୍‌ର ଅଧ୍ୟକ୍ଷ ମାର୍କୋସ୍‌ ଟ୍ରୋଜୋ, ବ୍ରିକ୍ସ ବିଜନେସ୍‌ କାଉନସିଲର ବର୍ତ୍ତମାନ ପାଇଁ ଅଧ୍ୟକ୍ଷ ଥିବା ଓଙ୍କାର କନଓ୍ବର ଏବଂ ମହିଳା ବିଜିନେସ୍‌ ଆଲାଏନ୍ସର ବର୍ତ୍ତମାନ ପାଇଁ ଅଧ୍ୟକ୍ଷ ଥିବା ଡ. ସଙ୍ଗୀତା ରେଡ୍ଡୀ ଚଳିତ ବର୍ଷର ବିଭିନ୍ନ ରିପୋର୍ଟ ଉପସ୍ଥାପନ କରିବେ। ଏଥର ସମିଟ୍‌ର ବିଷୟବସ୍ତୁ ରହିଛି, ‘୧୫ ବର୍ଷରେ ବ୍ରିକ୍ସ: ନିରନ୍ତରତା, ଏକୀକରଣ ଏବଂ ସହମତି ପାଇଁ ଆନ୍ତଃସହଯୋଗ’। ସମ୍ମିଳନୀରେ ଅଧ୍ୟକ୍ଷତା କରିବାକୁ ଥିବା ଭାରତ ବହୁପାକ୍ଷିକ ବ୍ୟବସ୍ଥାରେ ସଂସ୍କାର, ଆତଙ୍କବାଦ ନିରୋଧୀ ପଦକ୍ଷେପ, ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ଲାଗି ଡିଜିଟାଲ ଓ ଟେକ୍‌ନୋଲୋଜି ଉପକରଣର ପ୍ରୟୋଗ ଏବଂ ଜନସାଧାରଣଙ୍କ ମଧ୍ୟରେ ଭାବବିନିମୟ ବଢ଼ାଇବା ଉପରେ ଗୁରୁତ୍ୱାରୋପ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି...

ସୁଗନ୍ଧ ହରାଉଛି ଭାରତୀୟ ମସଲା

ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍‌ଡିଏଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri