Posted inଖେଳ

‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ପୁରସ୍କାର ପାଇବାକୁ ନେଇ ଖୁସି ନାହାନ୍ତି ରୋହିତ ଶର୍ମା: କାରଣ ଜାଣିଲେ କହିବେ ବାଃ ବାଃ

ଓଭାଲ୍‌,୭।୯: ଇଂଲଣ୍ଡ ବିପକ୍ଷ ଓଭାଲ ଟେଷ୍ଟରେ ଶତକ ହାସଲ କରି ଭାରତର ଐତିହାସିକ ବିଜୟର ମୂଳଦୁଆ ପକାଇଥିବା ଓପନର୍‌ ରୋହିତ ଶର୍ମା ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ। ବିଜୟ ପରେ ରୋହିତ କହିଛନ୍ତି ଯେ, ତାଙ୍କ ଠାରୁ ଅଧିକ ଅନ୍ୟ ଜଣେ ଖେଳାଳି ଏହି ପୁରସ୍କାର ପାଇବାକୁ ଯୋଗ୍ୟ। ଭାରତର ଦ୍ୱିତୀୟ ଇନିଂସରେ ୧୨୭ ରନ ସ୍କୋର କରିଥିବା ରୋହିତ କହିଛନ୍ତି ଯେ ଶାର୍ଦ୍ଦୁଲ ଠାକୁର ତାଙ୍କ ଅପେକ୍ଷା ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବୋଲି କହିଛନ୍ତି। ରୋହିତ ଏହା ପଛର କାରଣ ମଧ୍ୟ କହିଛନ୍ତି। ସେ କହିଥିଲେ ଯେ, ମୁଁ ପଡ଼ିଆରେ ଅଧିକରୁ ଅଧିକ ସମୟ ବିତାଇବାକୁ ଚାହୁଁଥିଲି। ଦ୍ୱିତୀୟ ଇନିଂସ ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ଶତକ ମଧ୍ୟ ଥିଲା। ମୋ ଇନିଂସ ସହିତ ଦଳକୁ ଏକ ଭଲ ସ୍ଥିତିରେ ରଖି ମୁଁ ଖୁସି। ବିଦେଶୀ ମାଟିରେ ଏହି ମ୍ୟାଚରେ ରୋହିତ ତାଙ୍କ ଟେଷ୍ଟ କ୍ୟାରିୟରର ପ୍ରଥମ ଶତକସ୍କୋର କରିଥିଲେ।
ଏହି ମ୍ୟାଚରେ ଶାର୍ଦ୍ଦୁଲ ଠାକୁର ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଉଭୟ ଇନିଂସରେ ଭଲ ବ୍ୟାଟିଂ କରିଥିଲେ। ବ୍ୟାଟିଂ ବ୍ୟତୀତ ଠାକୁର ବୋଲିଂରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ପ୍ରଥମ ଇନିଂସରେ ୩୬ ଟି ବଲରେ ଠାକୁର ୫୭ ରନ ସଂଗ୍ରହ କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୬୦ ରନ ସଂଗ୍ରହ କରିଥିଲେ। ଏଥିସହ ସେ ଉଭୟ ଇନିଂସରେ ମୋଟ ୩ ଉଇକେଟ ନେଇଥିଲେ। ଆଜି ସମସ୍ତେ ଶାର୍ଦ୍ଦୁଲ ଠାକୁରଙ୍କ ଏହି ପ୍ରଦର୍ଶନକୁ ପ୍ରଶଂସା କରୁଛନ୍ତି। ରୋହିତ ଶର୍ମା ମଧ୍ୟ ତାଙ୍କର ପ୍ରଶଂସକ ହୋଇଛନ୍ତି। ଠାକୁରଙ୍କୁ ପ୍ରଶଂସା କରି ସେ କହିଛନ୍ତି ଯେ ଶାର୍ଦ୍ଦୁଲ ଠାକୁର ମୋ ଅପେକ୍ଷା ଏହି ପୁରସ୍କାର ପାଇବାକୁ ଯୋଗ୍ୟ। ଦି ଓଭାଲରେ ଭାରତ ଜିତିବା ସହିତ ସେମାନେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୧ ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri