୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ୍‌ରେ ମରିଛନ୍ତି ୮୦୨୮

ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମୃତ୍ୟୁକୁ ନେଇ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟ ସରକାର ଦେଉଥିବା ତଥ୍ୟ ଠିକ୍‌ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଆସୁଛନ୍ତି। ତେବେ ସରକାର ଦୈନିକ ଯେଉଁ ତଥ୍ୟ ଦେଉଛନ୍ତି ତା’ଠାରୁ ଢେର ଅଧିକ ମଶାଣିରେ ଦାହ କରାଯାଉଛି ବୋଲି ଉଭୟ ଭାଜପା ଏବଂ କଂଗ୍ରେସ ସବୁବେଳେ ଦାବି କରିଆସୁଛନ୍ତି। ଏହାରି ଭିତରେ ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ୨୦୨୧ ଜୁନ୍‌ ସୁଦ୍ଧା ୮୦୨୮ ଜଣ କୋଭିଡ୍‌ରେ ମୃତ୍ୟୁବରଣ କରିଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି।
ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଦାସ କହିଛନ୍ତି, ୩୦ ଜିଲା ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୧୪୬୦ ଜଣ ମୃତ୍ୟୁବରଣ କରିଛନ୍ତି। ଏହାପରେ କଟକରେ ସର୍ବାଧିକ ୮୦୫ ଜଣଙ୍କ ମୃତ୍ୟୁ ଘଟିଛି। ସେହି ଅନୁସାରେ, ଅନୁଗୋଳରେ ୩୭୬, ବରଗଡ ୩୩୬, ବାଲେଶ୍ୱର ୨୭୭, ଭଦ୍ରକ ୧୩୯, ବଲାଙ୍ଗୀର ୧୨୮, ବୌଦ୍ଧ ୧୧୦, ଦେଓଗଡ ୫୦, ଢେଙ୍କାନାଳ ୨୩୯, ଗଜପତି ୮୨, ଗଞ୍ଜାମ ୪୬୯, ଜଗତ୍‌ସିଂହପୁର ୨୯୩, ଯାଜପୁର ୧୫୯, ଝାରସୁଗୁଡା ୧୭୫, କଳାହାଣ୍ଡି ୨୦୭, କନ୍ଧମାଳ ୮୨, କେନ୍ଦ୍ରାପଡା ୨୪୧, କେନ୍ଦୁଝର ୧୬୯, କୋରାପୁଟ ୭୭, ମାଲକାନଗିରି ୪୬, ମୟୂରଭଞ୍ଜ ୨୭୦, ନବରଙ୍ଗପୁର ୭୩, ନୟାଗଡ ୨୦୫, ନୂଆପଡ଼ା ୮୪, ପୁରୀ ୪୩୬, ରାୟଗଡା ୧୬୮, ସମ୍ବଲପୁର ୨୪୨, ସୁବର୍ଣ୍ଣପୁର ୫୮ ଏବଂ ସୁନ୍ଦରଗଡରେ ୫୭୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟମନ୍ତ୍ରୀ ଉତ୍ତରରେ ଦର୍ଶାଇଛନ୍ତି। ସେ ଆହୁରି କହିଛନ୍ତି, କୋଭିଡ୍‌ରେ ମୃତବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ପଞ୍ଜୀକରଣ ପରେ ପ୍ରଦାନ କରାଯାଉଛି। ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ ଅଧିନିୟମ ୧୯୬୯ର ଧାରା ୧୭(୧) ଅନୁଯାୟୀ ମୃତ୍ୟୁ ପ୍ରମାଣପତ୍ରରେ ମୃତ୍ୟୁର କାରଣ ସମ୍ବନ୍ଧୀୟ ସବିଶେଷ ବିବରଣୀ ରହିବାର ପ୍ରାବଧାନ ନ ଥିବା ସେ କହିଛନ୍ତି।
ଅନ୍ୟପଟେ ୨୦୨୧ ଅଗଷ୍ଟ ଶେଷ ସୁଦ୍ଧା ରାଜ୍ୟ ସରକାର ୧୦୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା କୋଭିଡ୍‌ ମୁକାବିଲା ନେଇ ଖର୍ଚ୍ଚ କରିଛନ୍ତି। ସେଥିରୁ କେନ୍ଦ୍ର ସରକାର ମୋଟ ୩୮ କୋଟି ୮୬ ଲକ୍ଷ ଟଙ୍କା ପ୍ରଦାନ କରିଥିବା ମନ୍ତ୍ରୀ ଦାସ ବିଧାନସଭାରେ ବିଧାୟକ ତାରାପ୍ରସାଦ ବାହିନୀପତି ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି। ସେହିପରି କୋରାପୁଟ ଜିଲା ବିଧାୟକମାନଙ୍କ ପାଣ୍ଠିରୁ ୭୭ ଲକ୍ଷ ୩୮ ହଜାର ୪୨ଟ ଟଙ୍କା ଖର୍ଚ୍ଚ ହୋଇଥିବା ମନ୍ତ୍ରୀ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri