ସାରା ରାଜ୍ୟରେ ଲଘୁଚାପ ବର୍ଷା

ଭୁବନେଶ୍ୱର, ୭।୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଫଳରେ ସୋମବାର ସାରା ରାଜ୍ୟରେ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଭବାନୀପାଟଣାରେ ସର୍ବାଧିକ ୬୦ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଛତ୍ରପୁରରେ ୪୨ ମିମି, ଗୋପାଳପୁର ଓ ତାଳଚେରରେ ୪୦, ନୟାଗଡ଼ ୨୫, ଦାରିଙ୍ଗବାଡ଼ି ଓ ପାରଳାଖେମୁଣ୍ଡିରେ ୨୦, ବଲାଙ୍ଗୀର ୧୪.୫, କୋରାପୁଟ, କେନ୍ଦୁଝରରେ ୧୪, ବାଲେଶ୍ୱର ୧୨, ଅନୁଗୋଳ ଓ ଭୁବନେଶ୍ୱରରେ ୧୦, ଟିଟିଲାଗଡ଼ ୯.୬, ସୋନପୁର ଓ ଚାନ୍ଦବାଲିରେ ୬, ରାୟଗଡ଼ା ୫.୬, ବାରିପଦାରେ ୪ ମିମି ବର୍ଷା ହୋଇଛି। ଲଘୁଚାପ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏଥିସହ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୧୦ ତାରିଖରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ କୋରାପୁଟ, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri