ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ, ହକି ଭାରତର ଜାତୀୟ ଖେଳ। ମାତ୍ର ସୂଚନା ଅଧିକାର ଆଇନ ଅନ୍ତର୍ଗତ କରାଯାଇଥିବା ଏକ ଆବେଦନର ଉତ୍ତରରେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହକିକୁ ସେଭଳି କୌଣସି ମାନ୍ୟତା ପ୍ରଦାନ କରାଯାଇ ନାହିଁ।

ଏନେଇ ଆବେଦନକାରୀ ଶୀର୍ଷ କୋର୍ଟରେ ଦାଖଲ କରିଥିବା ଆବେଦନରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ସରକାରଙ୍କୁ ଏସମ୍ପର୍କିତ ଘୋଷଣା ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବା ଆବଶ୍ୟକ। ଯାହାଦ୍ୱାରା ଜାତୀୟ ଖେଳର ମାନ୍ୟତା ପ୍ରାପ୍ତ ପରେ ହକି ନିଜର ୪୧ ବର୍ଷ ତଳର ଗୌରବକୁ ଫେରାଇ ଆଣିବାକୁ ସକ୍ଷମ ହୋଇ ପାରିବ। ଏହା ସହିତ ଜାତୀୟ ଖେଳ ଘୋଷଣା କରାଯିବା ପରେ ହକି ପାଇଁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ଦ୍ୱାରା ଖେଳାଳିମାନେ ଉପକୃତ ହୋଇ ପାରିବେ।

ତେବେ ବିଚାରପତି ୟୁ.ୟୁ. ଲଳିତ, ଏସ୍‌. ରବୀନ୍ଦ୍ର ଭାଟ ଏବଂ ବେଲା ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଏଭଳି ନିର୍ଦ୍ଦେଶ ଦେବା କୋର୍ଟଙ୍କ କାମ ନୁହେଁ। ଏନେଇ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବା ଆବଶ୍ୟକ।

ଖଣ୍ଡପୀଠଙ୍କ ଏଭଳି ନିଷ୍ପତ୍ତି ପରେ ଆଇନଜୀବୀ ବିଶାଳ ତିଓ୍ବାରୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଆବେଦନ ଫେରାଇ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri