୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବଙ୍ଗୋପସାଗରର ଉତ୍ତର ଦିଗରେ ଆଉ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ସ୍ପଷ୍ଟ ଚିହ୍ନିତ ହେବା ସହ ୧୧ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଏହି ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ପ୍ରବଳ ବର୍ଷା ହୋଇପାରେ। ତେବେ ଏହାର ପ୍ରଭାବରେ ପ୍ରାୟ ଏକ ସପ୍ତାହ କିମ୍ବା ଅଧିକ ସମୟ ପର୍ଯ୍ୟନ୍ତ ପୂର୍ବ ଏବଂ କେନ୍ଦ୍ରୀୟ ଅଂଶଗୁଡ଼ିକ ଉପରେ ମୌସୁମୀ ବର୍ଷା ଲାଗି ରହିବ ଏବଂ ମୌସୁମୀ ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି। ଫଳରେ ରାଜ୍ୟରେ ଯେଉଁ ନିଅଣ୍ଟିଆ ମୌସୁମୀ ବର୍ଷା ହୋଇଥିଲା, ତାହାର ଭରଣା ହେବ ବୋଲି କୁହାଯାଉଛି।
ସେପଟେ ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏଥିସହ ଦକ୍ଷିଣ ଓଡ଼ିିଶା ଏବଂ ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ସକ୍ରିୟ ରହିଛି। ଆଗାମୀ ୨ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ନୁଆପଡ଼ା, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ତେଣୁ ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୨୪ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଅନ୍ୟପକ୍ଷରେ ମଙ୍ଗଳବାର ତାଳଚେରରେ ସର୍ବାଧିକ ୬୦ମିମି ବର୍ଷା ହୋଇଥିବାବେଳେ ବାଲେଶ୍ୱରରେ ୨୬, ବାରିପଦାରେ ୨୫, ଚାନ୍ଦବାଲିରେ ୧୨ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri