ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଲେ ଅକ୍ଷୟ

ଅକ୍ଷୟ କୁମାରଙ୍କ ମା ଅରୁଣା ଭାଟିଆଙ୍କ ଦେହାନ୍ତ ହୋଇଛି। ବୁଧବାର ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଏହି ଦୁଃଖଦ ଖବର ବିଷୟରେ ଅକ୍ଷୟ କୁମାର ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକମାନଙ୍କୁ ସୂଚନା ଦେଇଛନ୍ତି। କିଛି ଦିନ ପୂର୍ବରୁ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
ଗୋଟିଏ ଦିନ ପୂର୍ବରୁ ଅସୁସ୍ଥ ମା’ ଅରୁଣାଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଶଂସକଙ୍କୁ ନିବେଦନ କରିଥିବା ବଲିଉଡ ଖେଳାଳି ଅକ୍ଷୟ କୁମାର ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ସେ ଲେଖିଛନ୍ତି- ସେ ମୋ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜିନିଷ ଥିଲା । ଆଜି ମୁଁ ଅସହ୍ୟ ଯନ୍ତ୍ରଣା ଭୋଗୁଛି। ମୋ ମା’ ଅରୁଣା ଭାଟିଆ ଏହି ଦୁନିଆ ଛାଡିଛନ୍ତି ଏବଂ ବର୍ତ୍ତମାନ ସେ ପାପାଙ୍କ ପାଖକୁ ପଳାଇଛନ୍ତି। ଆମ ପରିବାର ବର୍ତ୍ତମାନ ଏହି କଷ୍ଟଦାୟକ ସମୟ ଦେଇ ଗତି କରୁଥିବାରୁ ଆମେ ଆପଣଙ୍କର ପ୍ରାର୍ଥନା ଆବଶ୍ୟକ କରୁଛୁ।
ଦୀର୍ଘ ଦିନ ଧରି ଅରୁଣା ଭାଟିଆଙ୍କ ଅବସ୍ଥା ଗୁରୁତର ରହିଥିଲା ଏବଂ ଏହି କାରଣରୁ ତାଙ୍କୁ ମୁମ୍ବାଇର ହିରାନନ୍ଦାନୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରିବାରର ଅନୁରୋଧ କ୍ରମେ ଡାକ୍ତରଖାନା ଅରୁଣା ଭାଟିଆଙ୍କ ଚିକିତ୍ସାର ବିବରଣୀ ଲୁଚାଇ ରଖିଥିଲା। ଅକ୍ଷୟ କୁମାର ତାଙ୍କ ମାଙ୍କର ଅତି ନିକଟତର। ଏହି ଖବର ପାଇବା ମାତ୍ରେ ଅକ୍ଷୟ ଲଣ୍ଡନରୁ ମୁମ୍ବାଇ ଫେରିଥିଲେ।

Akshay Kumar, Akshay Kumar mother died, Akshay Kumar on his mother death, Social Media, Viral Post,अक्षय कुमार की मां का निधन, अक्षय कुमार, अक्षय कुमार की मां


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri