Posted inଜାତୀୟ

ସନ୍ଦିଗ୍ଧ ଅବସ୍ଥାରେ ଘରୁ ମିଳିଲା ପୂରା ପରିବାରର ମୃତଦେହ: ମୁହଁରେ ଲାଗିଥିଲା କଳା ଟେପ୍‌

ଗାଜିଆବାଦ,୫।୭: ଗାଜିଆବାଦ ମସୁରୀରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ହୋଇଛି। ଶୁକ୍ରବାର ସକାଳେ ନ୍ୟୁ ଶତାବ୍ଦୀପୁରମ୍‌ର ଏକ ଘରେ ସ୍ବାମୀ ଓ ତାଙ୍କ ୩ଟି ପିଲାଙ୍କ ମୃତଦେହ ମିଳିଥିବା ବେଳେ ୪ ଜଣଙ୍କ ମୁହଁରେ କଳା ଟେପ୍‌ ଲାଗିଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ପତ୍ନୀଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଘରେ ପ୍ରଦୀପ(୪୨) ତାଙ୍କ ପତ୍ନୀ(୩୭), ୩ଟି ପିଲା(୩,୫,୮), ମା ବାପା ଓ ଭଉଣୀ ରହୁଥିଲେ। ପ୍ରଦୀପ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବେଳେ ପତ୍ନୀ ଏମ୍ସରେ ଷ୍ଟାଫ୍‌ ନର୍ସ ଭାବେ କାର୍ଯ୍ୟ କରନ୍ତି। ଗୁରୁବାର ପଦୀପ ତାଙ୍କର ପତ୍ନୀ ଓ ୩ଟି ପିଲା ଏକ ରୁମ୍‌ରେ ଶୋଇଥିଲେ। ଶୁକ୍ରବାର ସକାଳେ ପରିବାର ଲୋକେ ସେମାନଙ୍କ କବାଟ ବାଡ଼େଇଥିଲେ ହେଲେ କେହି କବାଟ ଖୋଲି ନ ଥିଲେ। ଏହାପରେ ଝରକାରୁ ଦେଖିବା ବେଳେ ରୁମ୍‌ରେ ସେମାନଙ୍କ ମୃତଦେହ ଦେଖି ପରିବାର ଲୋକେ ସ୍ଥାନୀୟ ପୋଲିସକୁ ଖବର ଦେଖିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି କବାଟ ଭାଙ୍ଗିବା ସହ ଗୁରୁତର ଅବସ୍ଥାରେ ପଡ଼ିଥିବା ପତ୍ନୀଙ୍କୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏହାପରେ ଅନ୍ୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ତେବେ ଏହି ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପ୍ରଦୀପ ସେମାନଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା କୁହାଯାଉଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ସମୟରେ ପ୍ରଦୀପଙ୍କ ମୃତଦେହ ନିକଟରୁ ଏକ ସୁଇସାଇଡ୍‌ ନୋଟ ଜବତ କରାଯାଇଛି। ଏହି ନୋଟକୁ ଯାଞ୍ଚ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri