Posted inଖେଳ

ଧୋନୀଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ

ମୁମ୍ବାଇ,୯।୯: ଆଗକୁ ଆସୁଥିବା ଟି୨୦ ବିଶ୍ୱକପ୍‌ ଲାଗି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଘୋଷିତ ଭାରତୀୟ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ପୂର୍ବରୁ ବହୁ କ୍ରିକେଟର ଓ ପ୍ରଶାସକଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ (ସ୍ବାର୍ଥ ଅନ୍ତର୍ନିହିତ ଦ୍ୱନ୍ଦ୍ୱ) ଅଭିଯୋଗ ଆଣିଥିବା ସଞ୍ଜୀବ ଏ ସମ୍ପର୍କରେ ବିସିସିଆଇର ବୋର୍ଡ ମେମ୍ବରଙ୍କୁ ଏକ ପତ୍ର ପଠାଇଛନ୍ତି। ଧୋନୀଙ୍କ ନିଯୁକ୍ତି କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ନିୟମ ଭଙ୍ଗ କରୁଛି, ଏହି ନିୟମ ଅନୁସାରେ କୌଣସି ବ୍ୟକ୍ତି ଏକାଥରେ ଦୁଇଟି ପଦବିରେ ରହିପାରିବେ ନାହିଁ। ଧୋନୀ ଏବେ ଆଇପିଏଲ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ଅଛନ୍ତି।

ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ଜୟ ଶାହଙ୍କ ସମେତ ଅନ୍ୟ ବୋର୍ଡ ମେମ୍ବରଙ୍କୁ ସଞ୍ଜୀବ ପତ୍ର ଲେଖିଛନ୍ତି। ବିସିସିଆଇ ସମ୍ବିଧାନର ଆଇନ ଅନୁସାରେ କୌଣସି ବ୍ୟକ୍ତି ଦୁଇଟି ପଦବିରେ ରହିପାରିବେ ନାହିଁ। ଏବେ ବିସିସିଆଇ ଏହାର ଆଇନଗତ ଦଳର ସହ ଆଲୋଚନା କରିବ ବୋଲି ବିସିସିଆଇର ଜଣେ ସଦସ୍ୟ ନାମ ନ କହିବା ସର୍ତ୍ତରେ କହିଛନ୍ତି।

ଭାରତୀୟ କ୍ରିକେଟ ଇତିହାସର ଅନ୍ୟତମ ସଫଳ ଅଧିନାୟକ ଧୋନୀଙ୍କ ଅଭିଜ୍ଞତାକୁ ବ୍ୟବହାର କରିବା ପାଇଁ ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ମେଣ୍ଟର ଦାୟିତ୍ୱ ଦିଆଯାଇଛି। ୨୦୨୦ରେ ଅନ୍ତର୍ଜାତୀୟ ସ୍ତରରୁ ଅବସର ନେଇଥିବା ଧୋନୀ ଭାରତ ପାଇଁ ୯୦ ଟେଷ୍ଟ, ୩୫୦ ଦିନିକିଆ ଓ ୯୮ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri