ଲକ୍ଷ ଲକ୍ଷ ଜୀବନ ବଞ୍ଚାଇବା ପାଇଁ ତାଲିବାନ ସହ କଥା ହେବା ଜରୁରୀ: ୟୁଏନ୍ ମହାସଚିବ

ନ୍ୟୁୟର୍କ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଏବେ ସରକାର ଗଠନ କରି ସାରିଛି । ଏବେ ସମସ୍ତଙ୍କ ନଜର କେଉଁ କେଉଁ ଦେଶ ତାଲିବାନକୁ ମାନ୍ୟତା ଦେଉଛନ୍ତି । ବିଶ୍ୱର ଅଧିକାଂଶ ଦେଶ ତାଲିବାନର ଆତଙ୍କବାଦକୁ ଦେଖି ଏହା ଉପରେ ଭରସା କରିପାରୁ ନାହାନ୍ତି । ସମାଚାର ଏଜେନ୍ସି ଏଏଫ୍‌ପିର ସୂଚନା ଅନୁଯାୟୀ, ଇତିମଧ୍ୟରେ ୟୁଏନ୍ ମହାସଚିବ ଏଣ୍ଟୋନିୟୋ ଗୁତାରେସ ତାଲିବାନ ସହ କଥା ହେବାକୁ କହିଛନ୍ତି । ସେ କହିଛନ୍ତି ଆମକୁ ତାଲିବାନ ସହ କଥା ହେବାକୁ ପଡିବ । ତାହେଲେ ଯାଇ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚିଯିବ । ଆଫଗାନିସ୍ତାନରେ ସରକାର ଗଠନ ପରେ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶର ନଜର ତାଲିବାନ ଉପରେ । ସେ ତା’ର କଥା ଅନୁଯାୟୀ ସରକାର ଗଠନ କରିବା ସହ ଏମିତି କେତେଜଣ ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛି ଯେଉଁମାନଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇ ସାରିଛି । ତେଣୁ ଏହାରି ଭିତରେ କିଛି ଦେଶ ତାଲିବାନ ସହ କଥା ହେବା ସହଜ ମଣୁ ନାହାନ୍ତି । ତାଲିବାନ ଆଫଗାନିସ୍ତାନରେ ୩୩ କ୍ୟାବିନେଟ ମନ୍ତ୍ରୀଙ୍କୁ ନେଇ ସରକାର ଗଠନ କରିଛି । ଏଥିରେ ପ୍ରଧାନମନ୍ତ୍ରୀ ମୁଲ୍ଲା ହସନ ଅଖୁତ ସହିତ ୧୪ରୁ ଅଧିକ ମନ୍ତ୍ରୀ ୟୁଏନ୍ ବା ଆମେରିକା ଦ୍ୱାରା ଆତଙ୍କବାଦୀ ଘୋଷିତ ସୂଚୀରେ ଅଛନ୍ତି । କୋଟି କୋଟି ଟଙ୍କାର ପୁରସ୍କାର ଘୋଷିତ ଆତଙ୍କବାଦୀ ସିରାଜୁଦ୍ଦିନ ହକ୍କାନିଙ୍କୁ ଗୃହମନ୍ତ୍ରୀ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri