Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ଲାଭପ୍ରଦ ହେବ, ଲାଗିରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି।
ବୃଷ
ବୃଷ
ଭୁଲ୍‌ ବୁଝାମଣା କାରଣରୁ ଘରର ସଦସ୍ୟମାନେ ବିରକ୍ତି ଅନୁଭବ ପ୍ରକାଶ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ଅପରାହ୍ନେ ବନ୍ଧୁମାନଙ୍କ ନିକଟରୁ ବକେୟା ଟଙ୍କା ପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରହିବ ନାହିଁ। ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପୂର୍ବ ପରିକଳ୍ପିତ ଯୋଜନା ଅନୁଯାୟୀ କର୍ମରେ କେତେକାଂଶରେ ସଫଳତା ପାଇବେ। ଆଜି ଯାତ୍ରା, ପରିବହନ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
ଯାତ୍ରା ସମୟରେ ବିଭିନ୍ନ ପ୍ରକାରର କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ନେଇ ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିସ୍ଥିତିରେ ପଡ଼ି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାର ଆଶଙ୍କା ରହିଛି । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ। ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡ଼ିପାରେ। ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ସଙ୍ଗକୁ କର୍ମଜଞ୍ଜାଳର ବୋଝରେ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆରମ୍ଭ କରିଥିବା କାମଟି ସମ୍ପନ୍ନ ହେବାରେ ସମସ୍ୟାର ସମ୍ମୁଖୀନ ହେବେ। ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହି ନ ପାରେ। ଅନ୍ୟମାନଙ୍କ ସକାଶେ ଯେତେ ଭଲ କାମ କଲେ ସୁଦ୍ଧା ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି କାର୍ଯ୍ୟ ହାସଲ କରିବେ। ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ନିର୍ମାଣ କ୍ଷେତ୍ରରେ ଅଟକି ରହିଥିବା କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ପ୍ରତି ଧ୍ୟାନଦେବା ନିହାତି ଜରୁରୀ ହୋଇପଡ଼ିବ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯନତ୍ କରିପାରନ୍ତି।
ମକର
ମକର
ପରିସ୍ଥିତି ଯାହା ହେଉନା କାହିଁକି, ଆଜି ଅଟକିଥିବା ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ଓଲଟି ଦୋଷାରୋପ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଦୂର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
କୁମ୍ଭ
କୁମ୍ଭ
କର୍ତ୍ତବ୍ୟନିଷ୍ଠା ଓ ସମୟାନୁବର୍ତ୍ତିତା ହେତୁ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆସ୍ଥାଭାଜନ ହେବେ। ପରିବାରରେ ଋଣ ପରିଶୋଧ କରିବା ହେତୁକ ସମସ୍ୟା ଲାଗି ରହିବ। ଅସ୍ବସ୍ତିର ପରିବେଶ ମଧ୍ୟରେ ମାନସିକ ସୁସ୍ଥତା କେତେକାଂଶରେ ବାଧାପ୍ରାପ୍ତ ହେବ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବା ହେତୁ ଅଣନିଃଶ୍ୱାସୀ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବାଜନିତ କିଛିଟା ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri