ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି। ମନ୍ଦିରର ଅଧା ପର୍ଯ୍ୟନ୍ତ ଭାଙ୍ଗି ଗର୍ଭଗୃହରେ ପଡିଛି। ସୌଭାଗ୍ୟବଶତଃ ମନ୍ଦିର ଭିତରେ କେହି ନ ଥିବାରୁ କାହାରି କିଛି କ୍ଷତି ଘଟିନାହିଁ। ଶ୍ରୀବିଗ୍ରହଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏପରି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ପୁରାତନ ଏହି ମନ୍ଦିରଟି ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ମରାମତି କିମ୍ବା ପୁନଃ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ବହୁବାର ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନ କି ଲୋକ ପ୍ରତିନିଧି କେହି ଏଥିପ୍ରତି ଦୃଷ୍ଟି ଦେଉ ନ ଥିଲେ। ଲଗାଣ ବର୍ଷା ପ୍ରଭାବରେ ସୋମବାର ସକାଳ ପ୍ରାୟ ୭ଟାରେ ପ୍ରଥମେ ଦଧିନଉତି ଭୁଶୁଡ଼ି ପଡ଼ିଥିଲା। ପରେ ମନ୍ଦିର ଅଧା ପର୍ଯ୍ୟନ୍ତ ଭୁଶୁଡ଼ି ପଡିଥିଲା। ମନ୍ଦିର ପୁନଃନିର୍ମାଣ କରିବାକୁ ପ୍ରଶାସନ ଏବଂ ଲୋକପ୍ରତିନିଧି ଦୃଷ୍ଟିଦେବାକୁ ମନ୍ଦିର କମିଟି ଓ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri