ଭାସିଗଲା ବୋଡ଼ାନଦୀ କଲଭର୍ଟ

ଭଞ୍ଜନଗର,୧୩।୯(ଡି.ଏନ.ଏ): ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ୩ ଦିନ ହେଲା ବର୍ଷା ହେଉଛି। ସୋମବାର ଦିନତମାମ ଲଗାଣ ବର୍ଷା ହୋଇଛି। ଫଳରେ ବୋଡ଼ାନଦୀ ବନ୍ୟାଜଳରେ ବେଲଗୁଣ୍ଠା ନିକଟ ଚଢ଼େୟାପଲ୍ଲୀଠାରେ ହୋଇଥିବା ଅସ୍ଥାୟୀ କଲଭର୍ଟ ଭାସିଯାଇଛି। ଏଥିଯୋଗୁ ବେଲଗୁଣ୍ଠା-ବୁଗୁଡ଼ା, ବେଲଗୁଣ୍ଠା-ଆସିକା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବୁଗୁଡ଼ା, ବାଲିପଦର ଏବଂ ଆମ୍ବପୁଆ ଯିବାକୁ ଚାହୁଁଥିବା ଲୋକଙ୍କୁ ବର୍ତ୍ତମାନ ଜଗନ୍ନାଥପ୍ରସାଦ ରୋଡ୍‌ ଦେଇ ଅଧିକ ୧୨ କି.ମି. ଯିବାକୁ ପଡ଼ୁଛି। ନୟାଗଡ଼ ଏବଂ କନ୍ଧମାଳ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବାରୁ ଉକ୍ତ ଅଞ୍ଚଳରୁ ଆସୁଥିବା ବନ୍ୟାଜଳ ବଡ଼ନଦୀ ଓ ବୋଡ଼ାନଦୀ ଦେଇ ପ୍ରବାହିତ ହେଉଛି। ତେଣୁ ଏହି ୨ଟି ନଦୀର ଜଳସ୍ତର ବୃଦ୍ଧି ପାଇଛି। ବଡ଼ନଦୀ ଜଳସ୍ତର ବୃଦ୍ଧି ପାଇଥିବାରୁ ବନ୍ୟା ଆଶଙ୍କାରେ ସନ୍ଧ୍ୟାରେ ବେଲଗୁଣ୍ଠା ବ୍ଲକ ଇଙ୍ଗିନାଠିର ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ବିଡିଓ ଶଶୀଭୂଷଣ ରଥଙ୍କ ତତ୍ତ୍ୱାବଧାନରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri