ଭଦ୍ରକର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ

ଭଦ୍ରକ ଅଫିସ,୧୫।୯-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଯାଇଛି। ସୋମବାର ରାତିଠାରୁ ଅବିଶ୍ରାନ୍ତ ବର୍ଷା ଯୋଗୁ ବିଭିନ୍ନ ବ୍ଲକର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଭଦ୍ରକ ସହରର ତଳି ଓ ଖାଲୁଆ ଅଞ୍ଚଳ ଲୋକଙ୍କ ଘରେ ବର୍ଷାପାଣି ପଶିଛି। ଏପରିକି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ଭଣ୍ଡାରିପୋଖରୀ ବ୍ଲକ ସରସଦା ପଞ୍ଚାୟତ ପିରିପୁର ଗଁାରେ ବର୍ଷାଜଳ ଘରେ ପଶିଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଉକ୍ତ ଗ୍ରାମର ୨୦ ପରିବାର ଏବେ ଜଳବନ୍ଦୀ ଅବସ୍ଥାରେ ରହିଥିବା ବେଳେ ପିଲାଛୁଆଙ୍କୁ ଧରି ରାତି ଅନିଦ୍ରା ହୋଇ ଭୋକ ଉପାସରେ ପଡ଼ି ରହିଛନ୍ତି।
ମୋଟ ଜିଲାରେ ୪୫୬ ମି.ମି. ବର୍ଷା ହୋଇଥିବା ବେଳେ ଭଦ୍ରକ ବ୍ଲକରେ ୮୪ ମି.ମି., ଭଣ୍ଡାରିପୋଖରୀରେ ୫୮ ମି.ମି., ବାସୁଦେବପୁରରେ ୫୫, ବନ୍ତରେ ୭୮, ଚାନ୍ଦବାଲିରେ ୭୮, ଧାମନଗରରେ ୭୬ ଓ ତିହିଡ଼ିରେ ୩୪ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆଖୁଆପଦାଠାରେ ବୈତରଣୀ ଜଳସ୍ତର ବଢୁଥିବାରୁ ତଳିଆ ଅଞ୍ଚଳ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ତେବେ ବୈତରଣୀରେ ୩ ଏସ୍‌କେପ୍‌ ଦେଇ ବନ୍ୟାଜଳ ଜନବସତି ଓ ଚାଷଜମିକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ସମସ୍ତ ବ୍ଲକରେ ନୋଡାଲ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ଜିଲା ପ୍ରଶାସନ ସଜାଗ ରହିଛି। ଆବଶ୍ୟକ ହେଲେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି ଜିଲାପାଳ ତ୍ରିଲୋଚନ ମାଝି ସୂଚନା ଦେଇଛନ୍ତି। ଦୁଇଟି ଏନ୍‌ଡିଆର୍‌ଏଫ୍‌ ଓ ଗୋଟିଏ ଓଡ୍ରାଫ୍‌ ଟିମ୍‌ ପାଇଁ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟକୁ ଅନୁରୋଧ କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ୬ ପଞ୍ଚାୟତ, ଧାମନଗରର ୮, ତିହିଡ଼ି ଓ ଚାନ୍ଦବାଲି ବ୍ଲକ ଅଧିକ ପ୍ରଭାବିତ ହେବା ନେଇ ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri